ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୮,045 ଟଙ୍କା ରହିଛି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ବୃଦ୍ଧି ପାଇଛି ।
ସୋମବାର ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୮,୩୫୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୮,୦୦୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ୨୨ କ୍ୟାରେଟ୍ ୮୯,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୯୭,୫୮୦ ଟଙ୍କା ରହିଛି । ଗତକାଲି ଅପେକ୍ଷା ଆଜି ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ରାଜଧାନୀ ଦିଲ୍ଲୀରେ ସୁନା ଦର ବଢିଥିବା ଦେଖିବାକୁ ମିଳିଛି । ୧୦ ଗ୍ରାମ ସୁନା ଦର ଯଥାକ୍ରମେ ୯୮,୫୦୦ ଟଙ୍କା ଓ ୯୭,୭୩୦ ଟଙ୍କା ରହିଛି ।
