Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଓଡିଶା ଭବନକୁ ବିପଦପୂର୍ଣ୍ଣ ଘୋଷଣା କଲେ ରାଜ୍ୟ ସରକାର

Smruti Parija
Browse all articles by Smruti Parija
·1 year ago·1 min read
ଓଡିଶା ଭବନକୁ ବିପଦପୂର୍ଣ୍ଣ ଘୋଷଣା କଲେ ରାଜ୍ୟ ସରକାର

ଅର୍ଗସ ବ୍ୟୁରୋ: ଭଙ୍ଗାହେବ ଓଡ଼ିଶା ଭବନ । ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ସରକାରଙ୍କ ନିର୍ଦ୍ଦେଶ। ଏହାକୁ ବିପଦପୂର୍ଣ୍ଣ ଘୋଷଣା କଲେ ରାଜ୍ୟ ସରକାର । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା । 

ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା । ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା । ଯେଉଁଥିରେ ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ଦର୍ଶାଯାଇଥିଲା । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha Bhawan in New Delhi declared 'structurally unsafe' and to be razed over safety issues; a new structure will take its place in two years. | Argus News