Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ'

National

ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ'

Smruti Parija
Browse all articles by Smruti Parija
·1 year ago·1 min read
ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ'

ଅର୍ଗସ ବ୍ୟୁରୋ: ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ' । ଆସନ୍ତା ୧୮ ଓ ୧୯ରେ ଶିଳ୍ପ ନଗରୀ ମୁମ୍ବାଇରେ ଆୟୋଜିତ ହେବ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଓ ରାଜ୍ୟର ବରିଷ୍ଠ ଅଧିକାରୀ । ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର । ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ  କେମ. କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମକୁ ଉଦଘାଟନ କରିବେ କେନ୍ଦ୍ର ରସାୟନ ମନ୍ତ୍ରୀ ଜେ.ପି. ନଡ୍ଡା । ଓଡ଼ିଶାର ପାରାଦୀପ, ଗୋପାଳପୁର ଓ ଧାମରାରେ କେମିକାଲ ଶିଳ୍ପ ଆସିବା ଲାଗି ସମ୍ଭାବନା ରହିଛି । ୧୯ ତାରିଖରେ ୩୦୦ରୁ ଉର୍ଦ୍ଧ୍ବ ନିବେଶକଙ୍କ ସହ ଆଲୋଚନା କରିବେ ଓଡିଶା ସରକାର । ବିଭିନ୍ନ ସେକ୍ଟରର ନିବେଶକ ହେବେ ସାମିଲ । କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି ମୁଖ୍ୟ ଶାସନ ସଚିବ । ଉକ୍ତ ଶିଳ୍ପ ପ୍ରତିଷ୍ଠା ଲାଗି ଦୁଇଟି ସ୍ଥାନ ନିରୂପଣ ଲାଗି ନିର୍ଦ୍ଦେଶ ରହିଛି ।

ଷ୍ଟିଲ ଶିଳ୍ପର ବଡ଼ ନିବେଶକଙ୍କ ସହ ଆଲୋଚନା ଚାଲିଛି । ପୂର୍ବ ସରକାର ଲୋକ ଦେଖାଣିଆ ଭାବେ ଷ୍ଟିଲ ପ୍ଲାଣ୍ଟ ଘୋଷଣା କରିଥିଲେ । ଲୋକଙ୍କ ସରକାର କଥାରେ ନୁହେଁ କାର୍ଯ୍ୟରେ କରି ଦେଖାଇବ । ନିଶ୍ଚୟ ଭାବେ କେନ୍ଦୁଝରରେ ମୋହନ ସରକାର ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବେ । ଓଡିଶା ଆଗାମୀ ଦିନରେ ଶିଳ୍ପରେ ହବ୍ ହେବାକୁ ଯାଉଛି ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Odisha Government's Two-Day Investor Conference and Road Show in Mumbai | Argus News