Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ

National

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ

ଅର୍ଗସ ବ୍ୟୁରୋ:  ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ‘୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ । ଏହି ବିଶାଳ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ଏହି ପୁରସ୍କାର ମିଳିଛି । ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶାର ପ୍ରମୁଖ ଆବାସିକ ଆୟୁକ୍ତ ଶ୍ରୀଯୁକ୍ତ ବିଶାଲ ଗଗନ ଓଡ଼ିଶା ସରକାରଙ୍କ ତରଫରୁ ଏହି ପୁରସ୍କାର ଗ୍ରହଣ କରିଥିଲେ । ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଙ୍ଗଠନର ଅଧ୍ୟକ୍ଷ-ତଥା-ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ ସିଂହ ଖରୋଲାଙ୍କ ଠାରୁ  ଏହି ପୁରସ୍କାର ଗ୍ରହଣ ସମୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ‘ଓଡ଼ିଶା ମଣ୍ଡପ’ର ନିର୍ଦ୍ଦେଶକ ଶ୍ରୀ ଅଶ୍ୱିନୀ କୁମାର ଭୋଇ, ପ୍ରଦର୍ଶନୀ ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ନଭେମ୍ବର ୧୪ ତାରିଖଠାରୁ ଆରମ୍ଭ ହୋଇଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ ୨୭ ତାରିଖରେ ଶେଷ ହୋଇଛି । ‘ବିକଶିତ ଭାରତ, ବିକଶିତ ଓଡ଼ିଶା’ ଥିମରେ ଚଳିତ ବର୍ଷ ‘ଓଡ଼ିଶା ମଣ୍ଡପ’ର ଡିଜାଇନ ପ୍ରସ୍ତୁତ କରାଯାଇଥିଲା । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
'Odisha Mandap' wins silver medal at International Trade Fair 2024 | Argus News