Videos
|
National

ଏୟାର ଇଣ୍ଡିଆ ବିମାନ ସେବାରେ ହଇଚଇ, ସମୂହ ଛୁଟିରେ ଗଲେ ଏୟାର ଇଣ୍ଡିଆ ଏକ୍ସପ୍ରେସ କର୍ମଚାରୀ

Jitendra Dash
Browse all articles by Jitendra Dash
·2 years ago·1 min read
ଏୟାର ଇଣ୍ଡିଆ ବିମାନ ସେବାରେ ହଇଚଇ, ସମୂହ ଛୁଟିରେ ଗଲେ ଏୟାର ଇଣ୍ଡିଆ ଏକ୍ସପ୍ରେସ କର୍ମଚାରୀ

ଅର୍ଗସ ବ୍ୟୁରୋ : ଏୟାର ଇଣ୍ଡିଆ ଏକ୍ସପ୍ରେସର ୯୦ରୁ ଅଧିକ ଜାତୀୟ ତଥା ଅନ୍ତର୍ଜାତୀୟ ବିମାନର ଉଡାଣକୁ ବାତିଲ କରାଯାଇଛି ।  ଏନେଇ ବିମାନ ଚଳାଚଳ ସୂତ୍ରରୁ ପ୍ରକାଶ ପାଇଛି । କାରଣ ଅନେକ ପାଇଲଟଙ୍କ ସହ ପାଖାପାଖି ୩୦୦ କ୍ରୁ ମେମ୍ବର୍ସ ଏକକାଳୀନ ସିକ୍ ଲିଭ୍ ନେଇ ଛୁଟିରେ ଯାଇଛନ୍ତି । ତେବେ ଏତେ ସଂଖ୍ୟକ କ୍ରୁ ମେମ୍ବର୍ସ ହଠାତ ଏଭଳି ପଦକ୍ଷେପ କାହିଁକି ନେଇଛନ୍ତି ତାହା ଏଯାଏଁ ଜଣାପଡିନାହିଁ ।

ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ଓ ଏୟାର ଇଣ୍ଡିଆ ଏକ୍ସପ୍ରେସ ମିଶିବାକୁ ଯାଉଥିବାରୁ ଉଭୟ ଏୟାରଲାଇନ୍ସର ପାଇଲଟ ଓ କ୍ୟାବିନ୍ କ୍ରୁ ମାନେ ନିଜ ଚାକିରି ପ୍ରତି ବିପଦ ଅନୁଭବ କରି ପ୍ରତିବାଦ କରିଥିଲେ । ସେଥିପାଇଁ ସମସ୍ତେ ବିରୋଧ କରୁଛନ୍ତି । ମଙ୍ଗଳ ବାର ରାତିରୁ ଆନ୍ଦୋଳନ ଜୋରଦାର ହୋଇଥିବାରୁ ପାଇଲଟ୍ ଓ ଅନ୍ୟ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି ।

ଅଧିକ ପଢନ୍ତୁ ଭାରତ ଖବର

ଅନ୍ୟପଟେ ଏୟାର ଇଣ୍ଡିଆ ମୁଖପାତ୍ର କହିଛନ୍ତି, ବିମାନ ବାତିଲ ଏବଂ ବିଳମ୍ବ ହେବା କାରଣରୁ ଅନେକ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯାତ୍ରୀଙ୍କ ଅସୁବିଧାକୁ ଦୂର କରିବା ପାଇଁ ଆମେ ନିରନ୍ତର କାର୍ଯ୍ୟ ଜାରି ରଖିଛୁ । କିନ୍ତୁ ଯାତ୍ରୀଙ୍କ ଅସୁବିଧା ହେତୁ ଆମେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରୁଛି । ଉଡାଣ ବାତିଲ ହୋଇଥିବା ଫ୍ଲାଇଟର ଟଙ୍କା ଯାତ୍ରୀଙ୍କୁ ଫେରସ୍ତ କରାଯିବ କିମ୍ବା ଅନ୍ୟ ତାରିଖକୁ ଘୁଞ୍ଚାଇ ଦିଆଯିବ । ତେବେ ଆଜି ଯେଉଁମାନେ ଉଡାଣ ଭରିବାକୁ ଯାଉଛନ୍ତି ବିମାନ ବନ୍ଦରକୁ ଯିବା ପୂର୍ବରୁ ସେମାନଙ୍କ ଯାତ୍ରା ପ୍ରଭାବିତ ହୋଇଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ଏୟାର ଇଣ୍ଡିଆ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: