Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ପହଲଗାମ୍ ଆତଙ୍କୀ ଆକ୍ରମଣ: ଆତଙ୍କବାଦୀର ଫଟୋ ଭାଇରାଲ

Rashmita Mishra
Browse all articles by Rashmita Mishra
·1 year ago·1 min read
ପହଲଗାମ୍ ଆତଙ୍କୀ ଆକ୍ରମଣ: ଆତଙ୍କବାଦୀର ଫଟୋ ଭାଇରାଲ

ଆତଙ୍କୀ ବର୍ବରତା । ନୀରିହ ଲୋକମାନଙ୍କୁ ଟାର୍ଗେଟ କରି ଆକ୍ରମଣ କରିଥିବା ଆତଙ୍କବାଦୀର ଫଟୋ ଭାଇରାଲ । ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ହାତରେ ବନ୍ଧୁକଧରି ଗୁଳିଚାଳନା କରିଥିଲେ ଆତଙ୍କବାଦୀ । ଏକେ 47 ବନ୍ଧୁକ ସହ ଜଣେ ଆତଙ୍କବାଦୀର ଫଟୋ ଦେଖିବାକୁ ମିଳିଛି । ଆତଙ୍କବାଦୀମାନେ ୫ରୁ ୭ଜଣ ଥିଲେ । ସେମାନେ ପାକିସ୍ତାନରରୁ ଆସିଥିବା ସନ୍ଦେହ କରାଯାଉଛି । ଲସ୍କର ଇ ତୋଇବା ସଂଗଠନର ହଫିଜ୍ ସୟିଦ୍ ଆତଙ୍କୀ ଆକ୍ରମଣର ମାଷ୍ଟର ମାଇଣ୍ଡ ଥିଲା ବୋଲି ସନ୍ଦେହ କରାଯାଉଛି ।

କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି।

ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
pahalgam-terror-attack-photo-of-terrorist-goes-viral | Argus News