କେଇ ଘଣ୍ଟା ନଯାଉଣୁ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଅମାନିଆ ପାକିସ୍ତାନ। ପୁଣି କଲା ଆଟାକ୍। କିଛି ସମୟ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ପୋଷ୍ଟ କରି କହିଥିଲେ ଯେ ଦୁଇ ଦେଶ ଅସ୍ତ୍ରବିରତି ପାଇଁ ରାଜି ହୋଇଛନ୍ତି। ହେଲେ ପ୍ରକୃତି ଛାଡିପାରୁନି ପାକିସ୍ତାନ। ପୁଣି ଥରେ ଆଟାକ୍ କଲା। ପାକିସ୍ତାନ LOC ଉପରେ ପୁଣି ଗୁଳି ଚଳାଇଛି। ଯାହାର ଜବାବ ମଧ୍ୟ ଦେଇଛି ଭାରତୀୟ ସେନା। ଜମ୍ମୁର ଅନେକ ଅଞ୍ଚଳରେ ପାକିସ୍ତାନ ଗୁଳି ଚଳାଇଛି। ଭାରତ-ପାକିସ୍ତାନ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ, ପାକିସ୍ତାନ ପୁଣି ଥରେ ତାର ଅସଲ ଚେହେରା ଦେଖାଇଛି। ପାକ୍ ପୁଣି ଭାରତ ଉପରେ ଡ୍ରୋନ ଆଟାକ୍ କରିଛି। ମାତ୍ର 3 ଘଣ୍ଟା ପରେ ପାକିସ୍ତାନ ଦ୍ୱାରା ଅସ୍ତ୍ରବିରତି ଭଙ୍ଗିଛି। ଏହା ଉଦାମପୁର, ଅଖନୋର, ନୋଶେରା, ପୁଞ୍ଚ, ମେଘର, ଜାମ୍ମୁ, ସୁନ୍ଦରବାନୀ, ଆରଏସ ପୁର, ଆର୍ନିଆ ଏବଂ କାଥୁଆ ଅଞ୍ଚଳରେ ପ୍ରବଳ ଗୁଳି ବିନିମୟ ହୋଇଛି।
କିଛି ଘଣ୍ଟା ଆଗରୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସାମାଜିକ ଗଣମାଧ୍ୟମରେ ଭାରତ ଓ ପାକିସ୍ତାନ ଅସ୍ତ୍ରବିରତି ପାଇଁ ରାଜି ହୋଇଥିବା ସୂଚନା ଦେଇଥିଲେ। ଏହା ପରେ ପରେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ମଧ୍ୟ ସାମ୍ବାଦିକ ସମ୍ମିଳନୀରେ ମେ ୧୨ ପର୍ଯ୍ୟନ୍ତ ଅସ୍ତ୍ରବିରତି ଲାଗୁ ହେବ ବୋଲି ସୂଚନା ଦିଆଯାଇଥିଲା। ହେଲେ ଏହାକୁ କେଇ ଘଣ୍ଟା ନ ଯାଉଣୁ ପାକିସ୍ତାନ ଅସ୍ତ୍ରବିରତିର ଉଲ୍ଲଂଘନ କରିଛି। ନିୟନ୍ତ୍ରଣ ରେଖା(ଏଲଓସି)ରେ ପାକିସ୍ତାନ ପକ୍ଷରୁ ଗୁଳିମାଡ଼ କରାଯାଇଛି। ଆଉ ଏହାର ମୁହଁତୋଡ଼ ଜବାବ ମଧ୍ୟ ଦେଉଛନ୍ତି ଭାରତୀୟ ସେନା। ଶ୍ରୀନଗରରେ ଜୋରଦାର ଧମାକା ପରେ ସାଇରନ ବାଜିବାରେ ଲାଗିଛି। ପୂରା ସହରକୁ ବ୍ଲାକଆଉଟ୍ ଘୋଷଣା କରାଯାଇଛି।