Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ହସ୍ପିଟାଲରେ ଭର୍ତ୍ତି

Ritu Das
Browse all articles by Ritu Das
·1 year ago·1 min read
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ହସ୍ପିଟାଲରେ ଭର୍ତ୍ତି

ଶ୍ରୀନଗରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି । ଭାରତରେ ରହୁଥିବା ପାକିସ୍ତାନୀମାନଙ୍କୁ ଦେଶ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାରି ଭିତରେ ଖବର ଆସିଛି ଯେ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ଏବଂ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଦେଖାଯାଉଛି ଯେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାରତର ପଦକ୍ଷେପକୁ ନେଇ ଭୟଭୀତ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ପାଇଲ୍ସ ରୋଗରେ ପୀଡିତ ଥିବା ଖବର ମିଳିଛି । ଏହି କାରଣରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି । ଶାହବାଜଙ୍କୁ ରାୱଲପିଣ୍ଡିର ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।


ସେଠାରେ ତାଙ୍କର ଚିକିତ୍ସା ଚାଲିଛି । ତଥାପି, ଶାହବାଜଙ୍କ ସ୍ୱାସ୍ଥ୍ୟାବସ୍ଥା କିପରି ଅଛି ତାହା ଏପର୍ଯ୍ୟନ୍ତ ଜଣା ପଡ଼ିନାହିଁ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ଶରୀରରେ ପାଇଲ୍ସ ହୋଇଛି ଏବଂ ଏହି କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା କ’ଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, କିନ୍ତୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
pakistan-prime-minister-shahbaz-sharif-admitted-to-hospital | Argus News