PM Modi / ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ନେପାଳ ପିଏମ ବାଲେନ୍ଦ୍ର ଶାହଙ୍କ ଦ୍ୱିପାକ୍ଷିକ ଆଲୋଚନା
·54 mins ago·1 min read

Key Points
ଦୁଇଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀରେ ନେପାଳ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହ
ଦୁଇଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀରେ ନେପାଳ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ସେ ଏକ ୩୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଭାରତ ଗସ୍ତରେ ଆସିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଦ୍ବିପାକ୍ଷିକ ଆଲୋଚନା । ଗତକାଲି ନୂଆଦିଲ୍ଲୀରେ ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ବୈଠକରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ଶକ୍ତି, ପରିବହନ, ଭିତ୍ତିଭୂମି ବିକାଶ ଏବଂ କନେକ୍ଟିଭିଟିକୁ ଆହୁରି ସୁଦୃଢ଼ କରିବା ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ଏହାସହ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଏକାଧିକ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ବାଲେନ୍ଦ୍ର ଶାହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟ ସୌଜନ୍ୟମୂଳକ ସାକ୍ଷାତ କରିବେ।
ନୂଆଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ଜିତିନ ପ୍ରସାଦ ତାଙ୍କୁ ଭବ୍ୟ ସ୍ୱାଗତ ଜଣାଇଥିଲେ । ଚଳିତ ବର୍ଷ ମାର୍ଚ୍ଚ ମାସରେ ନେପାଳର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ୩୬ ବର୍ଷୀୟ ବାଲେନ୍ଦ୍ର ଶାହଙ୍କର ଏହା ହେଉଛି ପ୍ରଥମ ବିଦେଶ ତଥା ପ୍ରଥମ ଭାରତ ଗସ୍ତ। ତାଙ୍କ ସହ ନେପାଳର ଅର୍ଥମନ୍ତ୍ରୀ ସ୍ୱର୍ଣ୍ଣିମ ୱାଗଲେ, ବୈଦେଶିକ ମନ୍ତ୍ରୀ ଶିଶିର ଖାନାଲ ଏବଂ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଆସିଛନ୍ତି। ଭାରତର ପଡ଼ୋଶୀ ପ୍ରଥମ ନୀତି ଅଧୀନରେ ଦୁଇ ଦେଶର ସମ୍ପର୍କକୁ ନୂଆ ଶିଖରକୁ ନେବାରେ ଏହି ଗସ୍ତ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories