Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ, ପରିବାରକୁ ଜଣାଇଲେ ସମବେଦନା

National

Dharmendra Pradhan / ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ, ପରିବାରକୁ ଜଣାଇଲେ ସମବେଦନା

Sushanta Sahoo
Browse all articles by Sushanta Sahoo
·1 year ago·2 min read
ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ, ପରିବାରକୁ ଜଣାଇଲେ ସମବେଦନା
Debendra Pradhan

Key Points

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକବ୍ୟକ୍ତ କରାଯାଇଛି । ଦେବେନ୍ଦ୍ରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ସାହାସ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକବ୍ୟକ୍ତ କରାଯାଇଛି । ଦେବେନ୍ଦ୍ରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ସାହାସ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ ମଧ୍ୟ ଦେବେନ୍ଦ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ପରିବାରକୁ ସାନ୍ତ୍ଵନା ଦେଇଛନ୍ତି । ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଛି । ଡକ୍ଟର ଦେବେନ୍ଦ୍ର ପ୍ରଧାନ ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ ଓ ସମାଜସେବୀ ଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

୧୯୪୧ ମସିହା ଜୁଲାଇ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଦେବେନ୍ଦ୍ର ପ୍ରଧାନ । କଣିହାଁ ଓ ତାଳଚେରରୁ ପ୍ରାଥମିକ ଓ ହାଇସ୍କୁଲ ଶିକ୍ଷା କରିବା ପରେ ଅନୁଗୁଳ କଲେଜରୁ ହାସଲ କରିଥିଲେ ଉଚ୍ଚଶିକ୍ଷା। ୧୯୬୬ରେ କଟକ SCB ମେଡିକାଲ କଲେଜରୁ MBBS ଡିଗ୍ରୀ ହାସଲ କରିଥିଲେ ଦେବେନ୍ଦ୍ର ପ୍ରଧାନ। ତା'ପରେ ତାଳଚେର ଡେରାରେ ମେଡିକାଲ ଅଫିସର ଭାବେ ଆରମ୍ଭ କରିଥିଲେ ଚାକିରି ଜୀବନ।

୧୯୭୩ରେ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଥିଲେ । ୧୯୮୦ ମସିହାରେ ବିଜେପିରେ ଯୋଗ ଦେଇଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୮୦ରୁ ୮୩ ଯାଏଁ ସେ ବିଜେପି ତାଳଚେର ମଣ୍ଡଳର ସଭାପତି ଥିଲେ। ୧୯୮୩ରେ ଢେଙ୍କାନାଳ ଜିଲ୍ଲା ବିଜେପି ସଭାପତି ହୋଇଥିଲେ । ୧୯୮୪ ମସିହାରେ ଦେବଗଡ଼ ଆସନରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୮୮ ମସିହାରେ ସେ ହୋଇଥିଲେ ବିଜେପିର ରାଜ୍ୟ ସଭାପତି ।
୧୯୯୭ରେ ବିଜେପି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ହୋଇଥିଲେ । ୧୯୯୮ରେ ଦେବଗଡ଼ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ସହ କେନ୍ଦ୍ରମନ୍ତ୍ରୀ ମଧ୍ୟ ହୋଇଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୯୯ରେ ପୁଣି ଦେବଗଡ଼ ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ସହ କେନ୍ଦ୍ରମନ୍ତ୍ରୀ ହୋଇଥିଲେ । ୨୦୦୧ ମସିହାରେ ସେ ହୋଇଥିଲେ ବିଜେପିର ଜାତୀୟ ଉପ-ସଭାପତି । ୨୦୦୨ ମସିହା ଯାଏଁ ଏହି ଦାୟିତ୍ଵରେ ରହିଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ ।

Related Topics

Explore more stories

Argus Whatsapp Channel Mobile Top
Sponsored
PM Modi pays last respects to former Union Minister Dr Debendra Pradhan | Argus News