Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·1 min read
ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଓଡ଼ିଶାରେ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ବିକାଶ ପାଇଁ ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ ଅବସରରେ ଏହି ସେବା ଆରମ୍ଭ କରିଛନ୍ତି । ଏହିକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶ ଉଦ୍ଦେଶ୍ୟରେ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ।

ଅଧିକ ପଢନ୍ତୁ : ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସକୁ ଆଜି ଶୁଭାରମ୍ଭ କରିବେ ମୋଦି

ଏହି ଏକ୍ସପ୍ରେସ୍‌ ପୁରୀ ଓ ବିଶାଖାପାଟଣା ମଧ୍ୟରେ ଖୋର୍ଦ୍ଧା, ବାଲୁଗାଁ ଓ ବ୍ରହ୍ମପୁର ଟ୍ରେନ୍‌ ରହଣୀ କରିବ । ଶନିବାର ବ୍ୟତୀତ ସପ୍ତାହର ୬ ଦିନ ଏହା ଚାଲିବ । ଗତବର୍ଷ ମେ’ ମାସରେ ଓଡ଼ିଶାରେ ପ୍ରଥମ ଥର ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ଶୁଭାରମ୍ଭ ହୋଇଥିଲା । ଏହା ପୁରୀରୁ ହାୱଡା ମଧ୍ୟରେ ଚଳାଚଳ କରୁଛି । ସେହିପରି ୨୦୨୩ ସେପ୍ଟେମ୍ବର ମାସରେ ପୁରୀ ଓ ରାଉଲକେଲା ମଧ୍ୟରେ ୨ୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲୁଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi to flag on 3rd Vande Bharat train in Odisha | Argus News