Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ:  ଆସନ୍ତା ୧୦ ତାରିଖରେ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ । ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ଅଷ୍ଟମ ଥର ପାଇଁ ହେବାକୁ ଯାଉଥିବା ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଫେବ୍ରୁଆରୀ ୧୦ ତାରିଖ ପୂର୍ବାହ୍ନ ୧୧ ଟା ସମୟରେ ଅନୁଷ୍ଠିତ ହେବ । ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ ଏବଂ ଶିକ୍ଷକମାନଙ୍କ ସହ ମଧ୍ୟ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ପରୀକ୍ଷା ପ୍ରସ୍ତୁତି, ଚାପ ପରିଚାଳନା ଏବଂ ବ୍ୟକ୍ତିଗତ ଅଭିବୃଦ୍ଧି ବିଷୟରେ ମାର୍ଗଦର୍ଶନ ଦେବେ ମୋଦି ।


ଏହି କାର୍ଯ୍ୟକ୍ରମ ଦୂରଦର୍ଶନ ସମେତ ଅନଲାଇନ୍ ପ୍ଲାଟଫର୍ମରେ ମଧ୍ୟ ପ୍ରସାରିତ ହେବ । ଏବର୍ଷ କାର୍ଯ୍ୟକ୍ରମରେ ୩୬ ଜଣ ଛାତ୍ରଛାତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ ସିଧାସଳଖ କଥା ହେବାର ସୁଯୋଗ ପାଇବେ । ପରୀକ୍ଷା ପେ ଚର୍ଚ୍ଚାରେ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ ଗୁରୁତ୍ୱପୂର୍ଣ୍ଣ ଉପଦେଶ ଦେବା ସହ ଚିନ୍ତା ମୁକ୍ତ ହୋଇ ପରୀକ୍ଷା ଦେବା ପାଇଁ ଟିପ୍ସ ଦେଇଥାନ୍ତି ମୋଦି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଅଧିକ ପଢ଼ନ୍ତୁ ଦେଶ ଖବର:

Sponsored
PM Modi to host star-studded 'Pariksha Pe Charcha' on February 10 update | Argus News