ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍ କେନ୍ଦ୍ରର କଲେ ଶୁଭାରମ୍ଭ
·2 years ago·1 min read

ନୂଆଦିଲ୍ଲୀ: ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ହିତାଧିକାରୀଙ୍କ ସହ ଆଲୋଚନା କଲେ ପିଏମ୍ ମୋଦି । ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍ କେନ୍ଦ୍ରର କଲେ ଶୁଭାରମ୍ଭ। ମହିଳା ମାନଙ୍କର ନେତୃତ୍ବାଧୀନ ବିକାଶ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ବରୂପ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। 10 ହଜାର ତମ ଜନ ଔଷଧି କେନ୍ଦ୍ରର ଲୋକାର୍ପଣ କରିଛନ୍ତି ପିଏମ୍ ମୋଦି। ଏହାସହ ଏମ୍ସ ଦେଓଘରରେ ଐତିହାସିକ ୧୦ ହଜାର ତମ ଜନ ଔଷଧି କେନ୍ଦ୍ର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ।
ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ସମନ୍ବୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି । ଦେଶର ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ଜାରି ରହିଛି ।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: