Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ

Banajyotshna Ray
Browse all articles by Banajyotshna Ray
·1 year ago
ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ

ଅର୍ଗସ ବ୍ୟୁରୋ:  ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ନିତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ବୈଠକ । ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ । ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟପାଳ ଯୋଗଦେଇଛନ୍ତି । ପୁନର୍ଗଠିତ ନିତି ଆୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ଅଧ୍ୟକ୍ଷ ରହିଥିବା ବେଳେ ୪ ଜଣ ସ୍ଥାୟୀ ସଦସ୍ୟଙ୍କ ସହିତ ୧୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ଦିଆଯାଇଛି । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଉପସ୍ଥିତ ଅଛନ୍ତି । ସେପଟେ ମମତା, ହେମନ୍ତଙ୍କୁ ଛାଡ଼ି ସଂଘୀୟ ବ୍ୟବସ୍ଥାର ଉଲ୍ଲଙ୍ଘନ କରି ବୈଠକକୁ ବର୍ଜନ କରିଛନ୍ତି ବିଭିନ୍ନ ଅଣବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi To Lead NITI Aayog Governing Council Meeting Today | Argus News