PM Modi Visit Odisha / କଥା ଦେଇ କଥା ରଖିଲେ ମୋଦି, ରାଷ୍ଟ୍ରପତିଙ୍କ ଜନ୍ମଦିନରେ ତାଙ୍କ ଗାଁ ପାହାଡ଼ପୁର ଯିବେ ପ୍ରଧାନମନ୍ତ୍ରୀ
·2 months ago·2 min read

Key Points
କଥା ଦେଇ କଥା ରଖିଲେ ପ୍ରଧାନମନ୍ତ୍ରୀ ମୋଦି
ରାଷ୍ଟ୍ରପତିଙ୍କ ଗାଁ ପାହାଡ଼ପୁରକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ
ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ରକ୍ଷା କରି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ରାଇରଙ୍ଗପୁର,୨୦/୦୬: କଥା ଦେଇ କଥା ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ରକ୍ଷା କରି ଆଜି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଉପଖଣ୍ଡ ପାହାଡ଼ପୁର ଗାଁକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଦେଶର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ହେବା ପରେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜ ଗାଁ ପାହାଡ଼ପୁରକୁ ଆସିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ। ଆଉ ସେହି ନିମନ୍ତ୍ରଣକୁ ସମ୍ମାନ ଜଣାଇ ଐତିହାସିକ ଗସ୍ତରେ ପାହାଡ଼ପୁରରେ ପହଞ୍ଚିବେ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଆଗମନକୁ ନେଇ ଏବେ ପାହାଡ଼ପୁର ଗାଁ ସହ ସମଗ୍ର ମୟୂରଭଞ୍ଜ ଜିଲ୍ଲାରେ ଏକ ଉତ୍ସାହର ମାହୋଲ ଦେଖିବାକୁ ମିଳିଛି । ନିଜ ଗାଁକୁ ଦେଶର ପ୍ରଧାନମନ୍ତ୍ରୀ ଆସୁଥିବାରୁ ଗ୍ରାମବାସୀ ମଧ୍ୟ ନିଜକୁ ବେଶ୍ ଗର୍ବିତ ମନେ କରିଛନ୍ତି। ଉତ୍ସାହିତ ରାଷ୍ଟ୍ରପତିଙ୍କ ଗାଁର ଜନସାଧାରଣ
ଆଜି ଜନ୍ମମାଟିରେ ଜନ୍ମଦିନ ପାଳିବେ ରାଷ୍ଟ୍ରପତି, ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ । ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ରାଜ୍ୟବାସୀଙ୍କୁ ମିଳିବ ବଡ଼ ଭେଟି । ୪୬ ହଜାର ୬୦୦ କୋଟିର ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଲୋକାର୍ପଣ ଓ ଭିତିପ୍ରସ୍ଥର ସ୍ଥାପନା କରାଯିବ । ଏଥିରେ ଶକ୍ତି, ସଡ଼କ, ଜଳସେଚନ, ସ୍ୱାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଓ ଶିଳ୍ପ କ୍ଷେତ୍ର ଭଳି ବିଭିନ୍ନ ପ୍ରକଳ୍ପ ସାମିଲ ରହିଛି । ପ୍ରଧାନମନ୍ତ୍ରୀ ଏହି ଅବସରରେ ଜନସମାବେଶକୁ ସମ୍ବୋଧିତ କରିବେ । ଆଦିବାସୀ ଓ ଗ୍ରାମାଞ୍ଚଳର ବିକାଶ ସହ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଏହି ଗସ୍ତ ଗୁରୁତ୍ୱ ଦେବ ବୋଲି କୁହାଯାଉଛି । ମୟୂରଭଞ୍ଜ ରାଇରଙ୍ଗପୁର ଦାଣ୍ଡବୋଷସ୍ଥିତ ଏୟାର୍ଷ୍ଟ୍ରିପ୍ ନିକଟ ପଡ଼ିଆରେ ଏକ ବିଶାଳ ସଭାର ଆୟୋଜନ କରାଯାଇଛି।
ପଢନ୍ତୁ ଏହି ଖବର: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି,ରାଜ୍ୟ ସରକାରର ଦ୍ବିତୀୟ ବର୍ଷ ପୂର୍ତ୍ତିର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ହେବେ ସାମିଲ
ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ରାଜ୍ୟପାଳ ଡକ୍ଟର ହରିବାକୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂଦେଓଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଏବଂ ବିଧାୟକ ଓ ସାଂସଦ ମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । ଏହାପୂର୍ବରୁ ପାହାଡ଼ପୁର ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରେ ଉଭୟ ଦକ୍ଷତା ବିକାଶ କେନ୍ଦ୍ର, ଆଦିବାସୀଙ୍କ ପୂଜାସ୍ଥଳୀ ପରିଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ସ୍ବାମୀ ଓ ଦୁଇପୁଅଙ୍କ ସ୍ମୃତିରେ ପ୍ରତିଷ୍ଠିତ ଏସ୍ଏଲ୍ଏସ୍ ସ୍ମାରକୀ ଆବାସିକ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଟ୍ରଷ୍ଟ ବୋର୍ଡର ସଦସ୍ୟମାନଙ୍କ ସହ ଭାବବିନିମୟ କରିବେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଶୁକ୍ରବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଇରଙ୍ଗପୁରରେ ରାଜ୍ୟପାଳ ହରିବାବୁ କୁମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ସ୍ୱାସ୍ଥ୍ୟ ମନ୍ତ୍ରୀ ଡା ମୁକେଶ ମହାଲିଙ୍ଗ, ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀ ଇଂ ଗଣେଶରାମ ସିଂ ଖୁଣ୍ଟିଆ, ସାଂସଦ ନବଚରଣ ମାଝୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଜନ ପ୍ରତିନିଧିଗଣ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ।
Related Topics
Explore more stories