Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

Manini Pattanayak
Browse all articles by Manini Pattanayak
·1 year ago
ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। 23ରୁ 25 ତାରିଖ ପର୍ଯ୍ୟନ୍ତ ଥିଲା ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ। ବାଙ୍ଗିରିପୋଷୀ, ରାଇରଙ୍ଗପୁରରେ ଥିଲା ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ। ପୁରୀ ଓ ଭୁବନେଶ୍ବରରେ ମଧ୍ୟ ଥିଲା ଗସ୍ତ କାର୍ଯ୍ୟକ୍ରମ।

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲା । ଏଥିପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଶେଷ ହୋଇଥିଲା । ସମ୍ଭାବ୍ୟ ବାତ୍ୟା ପାଇଁ ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President's visit to Odisha postponed due to possible storm | Argus News