Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ମହାଶିବରାତ୍ରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

Banajyotshna Ray
Browse all articles by Banajyotshna Ray
·1 year ago·2 min read
ମହାଶିବରାତ୍ରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ଆଜି ପବିତ୍ର ଫାଲଗୁନ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି । ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ । ତେବେ ମହାଶିବରାତ୍ରୀ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ନିଜ ଏକ୍ସ ଆକାଉଣ୍ଟରେ ଟ୍ବିଟ କରି ଲେଖିଛନ୍ତି, ଭଗବାନ ଭୋଲେନାଥଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ପବିତ୍ର ମହାଶିବରାତ୍ରିର ପର୍ବରେ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା। ଏହି ଦିବ୍ୟ ଅବସର ଆପଣମାନଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ ଏବଂ ଏକ ବିକଶିତ ଭାରତ ପାଇଁ ସଂକଳ୍ପକୁ ଆହୁରି ମଜବୁତ କରୁ । ଏହା ମୋର ଆଶା। ହର ହର ମହାଦେବ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅନ୍ୟପଟେ ରାଷ୍ଟ୍ରପତି ଟ୍ବିଟ କରି କହିଛନ୍ତି, ମହାଶିବରାତ୍ରିର ପବିତ୍ର ପର୍ବରେ ମୁଁ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ମୋର ପ୍ରାର୍ଥନା ଯେ ଭଗବାନ ମହାଦେବଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହୁ ଏବଂ ଆମ ଦେଶ ପ୍ରଗତି ପଥରେ ଆଗକୁ ବଢ଼ୁ।

ସେହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି । ସେ ଏକ୍ସରେ କହିଛନ୍ତି, ପବିତ୍ର ମହାଶିବରାତ୍ରୀ ତଥା ଜାଗର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

ଲିଙ୍ଗରାଜ ମନ୍ଦିରରେ ପ୍ରଭାତ ୩ଟାରେ ପହଡ଼ ଖୋଲିବା ସହ ୩ଟା ୩୦ରେ ହୋଇଛି ମଙ୍ଗଳ ଆଳତୀ ପରେ ଦର୍ଶନ ଆରମ୍ଭ ହୋଇଛି । ଦିନ 11ଟା ପର୍ଯ୍ୟନ୍ତ ସାହାଣ ମେଲା ଦର୍ଶନ କରିପାରିବେ ଭକ୍ତ। ରାତି 10ଟାରେ ଉଠିବ ମହାଦୀପ। ଶୃଙ୍ଖଳିତ ଦର୍ଶନ ଲାଗି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଲୋକନାଥଙ୍କ ପୀଠରେ ଗତକାଲିଠାରୁ ପ୍ରଜ୍ବଳିତ ହୋଇଛି ସବୁଠାରୁ ବଡ଼ ଅଖଣ୍ଡ ଦୀପ । ସେହିପରି ବାବା ଧବଳେଶ୍ବର ପୀଠରେ ୪ ପ୍ରହର ପୂଜା ପରେ ରାତି ଗୋଟାଏରେ ମହାଦୀପ ଉଠିବାର କାର୍ଯ୍ୟକ୍ରମ ରହିଛି ।

Sponsored
Prez Murmu, PM Modi Extend Warm Greetings on Maha Shivratri | Argus News