ସମ୍ବଲପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି
·2 years ago

ସମ୍ବଲପୁର: ସମ୍ବଲପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି। ପ୍ରାୟ 400 କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଇଆଇଏମ ସମ୍ବଲପୁର କ୍ୟାମ୍ପସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହା ସହ 68 ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ । 3 ବର୍ଷ ତଳେ କୋଭିଡ୍ ସମୟରେ ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସ ଶିଳାନ୍ୟାସ କରିଥିଲେ ।
ସେପଟେ ବିଜେପି ସରକାର ଯେଉଁ ପ୍ରକଳ୍ପ ଆରମ୍ଭ କରେ ସେହି ପ୍ରକଳ୍ପକୁ ଲୋକାର୍ପଣ କରେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟରେ ରେଳ, ଜାତୀୟ ରାଜପଥ, ଶକ୍ତି, ପେଟ୍ରୋଲିୟମ ଓ ଅନେକ ପ୍ରକଳ୍ପ ସହ ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନକୁ ଆଜି ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
