Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

୨୯ ତାରିଖ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି

Smruti Parija
Browse all articles by Smruti Parija
·1 year ago
୨୯ ତାରିଖ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ: ୨୯ ତାରିଖ ମଧ୍ୟାହ୍ନରେ ପହଞ୍ଚିବେ ଗୃହମନ୍ତ୍ରୀ । ଅପରାହ୍ନ ୪.୧୫ ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବେ । ଏୟାରପୋର୍ଟରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯିବ । ଏୟାରପୋର୍ଟ ନିକଟରେ ଏକ ସାଧାରଣ ସଭା ମଧ୍ୟ ହେବ । ଏହାପରେ ଏୟାରପୋର୍ଟ ରୁ ଗଭର୍ଣ୍ଣର ହାଉସ ଯାଏଁ ରୋଡ଼ ସୋ ରେ ଯୋଗ ଦେବେ ।

ପରେ ପାର୍ଟି ଅଫିସ ଆସିବେ । ବିଧାୟକ ସାଂସଦ ଏବଂ ଦଳୀୟ ପଦାଧିକାରୀଙ୍କ ସହ ବୈଠକ ରହିଛି । ୨ ଘଣ୍ଟା ଦଳୀୟ କାର୍ଯ୍ୟାଳୟରେ ରହିବା ସହ ସମସ୍ତଙ୍କ ସହ ଆଲୋଚନା କରିବେ । ପରେ ଡିଜି ସମ୍ମିଳନୀରେ ଯୋଗ ଦେବେ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା  ଦେଇଛନ୍ତି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Modi will arrive on the afternoon of the 29th. | Argus News