Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଦୁଇ ଦିନିଆ ଆସାମ ଗସ୍ତରେ ପ୍ରଧାନମନ୍ତ୍ରୀ

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଦୁଇ ଦିନିଆ ଆସାମ ଗସ୍ତରେ ପ୍ରଧାନମନ୍ତ୍ରୀ

ଦୁଇ ଦିନିଆ ଆସାମ ଗସ୍ତରେ ପ୍ରଧାନମନ୍ତ୍ରୀ । ଆଜି ଗୁଆହାଟୀରେ ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀକୁ ଉଦଘାଟନ କରିବେ ମୋଦି । ଏହି କାର୍ଯ୍ୟକ୍ରମରେ ଔଦ୍ୟୋଗିକ ବିକାଶ, ବ୍ୟାବସାୟିକ ସହଭାଗିତା, MSME ଭଳି ବିଭିନ୍ନ ବିଷୟ ଉପରେ ଆଲୋଚନା ହେବ । ସମ୍ମିଳନୀରେ ବିଭିନ୍ନ ଆନ୍ତର୍ଜାତିକ ସଙ୍ଗଠନ, ୱାଲ୍ଟ ଲିଡର ଏବଂ ନିବେଶକ, ପଲିସି ମେକର , ଉଦ୍ୟୋଗ ବିଶେଷଜ୍ଞ, ଷ୍ଟାର୍ଟ ଅପ୍ ଏବଂ ଛାତ୍ରମାନେ ଅଂଶ ଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସନ୍ଧ୍ୟାରେ ଆସାମର ଗୁଆହାଟୀରେ ଏକ ମେଗା ଝୁମୋଇର ବିନନ୍ଦିନୀ ୨୦୨୫ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।


ପ୍ରଧାନମନ୍ତ୍ରୀ ଗୁଆହାଟୀରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଏହି ଝୁମୋଇରର ସମସ୍ତ କଳାକାରଙ୍କ ଚମତ୍କାର ପ୍ରସ୍ତୁତି ଚା’ ବଗିଚାର ସୁଗନ୍ଧ ଏବଂ ସୌନ୍ଦର୍ଯ୍ୟକୁ ପ୍ରତିଫଳିତ କରୁଛି । ଝୁମର ଓ ଚା’ ବଗିଚା ସଂସ୍କୃତି ସହିତ ଯେମିତି ଲୋକମାନଙ୍କର ବିଶେଷ ସମ୍ପର୍କ ରହିଛି, ସେହିଭଳି ତାଙ୍କର ମଧ୍ୟ ସମାନ ସମ୍ପର୍କ ରହିଛି ବୋଲି ସେ କହିଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister on two-day visit to Assam | Argus News