Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

National

ଆଜି ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ଆଜି ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

 ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ବିଭିନ୍ନ ସରକାରୀ ବିଭାଗ ଏବଂ ଅନୁଷ୍ଠାନରେ ବିଭିନ୍ନ ପଦବୀରେ ନିଯୁକ୍ତ କରାଯାଇଛି। ଦେଶର ୪୭ଟି ସ୍ଥାନରେ ଏକକାଳୀନ ରୋଜଗାର ମେଳା ଆୟୋଜନ କରାଯିବ। ଦେଶରେ ନିଯୁକ୍ତି ସୃଷ୍ଟି ଦିଗରେ ନିଯୁକ୍ତି ମେଳା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ପ୍ରାଥମିକତା ଉପରେ ନୂତନ ନିଯୁକ୍ତି ସୃଷ୍ଟି କରିବାକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ଆଜି ସକାଳ ୧୦ଟା ୩୦ରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦି ଏହି ସମସ୍ତ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ।

ଅଧିକ ପଢନ୍ତୁ : ୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ ପ୍ରଧାନମନ୍ତ୍ରୀ

ଏତଦ ବ୍ୟତୀତ ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ଅନ୍‌ଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ମଧ୍ୟ ତାଲିମ ନେବେ। ଏହି କାର୍ଯ୍ୟକ୍ରମ ଅଧୀନରେ କର୍ମଯୋଗୀ ପୋର୍ଟାଲରେ ୮୮୦ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଭିନ୍ନ ବିଭାଗ ଦ୍ୱାରା ଏହି ଏକ ଲକ୍ଷ ଚାକିରି ଦିଆଯିବ। ଏଥି ମଧ୍ୟରେ ରାଜସ୍ବ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା, ପରମାଣୁ ଶକ୍ତି, ପ୍ରତିରକ୍ଷା ବିଭାଗ, ଆର୍ଥିକ ସେବା, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ଅନ୍ତର୍ଭୁକ୍ତ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Prime Minister will distribute employment letters to one lakh people today | Argus News