|
logo
Live

Argus News -  ଆଜି ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ 

National

 ଆଜି ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ 

Manini Pattanayak
Browse all articles by Manini Pattanayak
·1 year ago·1 min read
 ଆଜି ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ 

ନୂଆଦିଲ୍ଲୀ:  ଆଜି ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ। ପ୍ରଧାନମନ୍ତ୍ରୀ ମୋଦୀ ସ୍ପେନ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ଭାବେ ଭଦୋଦରାରେ ସି-୨୯୫ ବିମାନ ନିର୍ମାଣ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସ ଉଦଘାଟନ କରିବେ। ଏହା ଭାରତରେ ସୈନ୍ୟ ବିମାନ ସମ୍ବନ୍ଧିତ ଘରୋଇ କ୍ଷେତ୍ରର ପ୍ରଥମ ଚୂଡ଼ାନ୍ତ ଆସେମ୍ବ୍ଲି ଲାଇନ ହେବ। ଆମ୍ରେଲିରେ ପ୍ରଧାନମନ୍ତ୍ରୀ ୪ ହଜାର ୯୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ ମୋଦି । ପ୍ରକଳ୍ପ ଗୁଡ଼ିକ ମୁଖ୍ୟତଃ ରେଳ, ସଡ଼କ, ଜଳ ବିକାଶ ଏବଂ ପର୍ଯ୍ୟଟନ କ୍ଷେତ୍ର ଉପରେ କେନ୍ଦ୍ରିତ ରହିଛି । 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ୧୦ଟା ବେଳେ ପ୍ରଧାନମନ୍ତ୍ରୀ ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ମିଳିତ ଭାବେ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସର ଉଦଘାଟନ କରିବେ। ଟାଟା ଆଡଭାନ୍ସଡ ସିଷ୍ଟମସ ଲିମିଟେଡ କ୍ୟାମ୍ପସରେ ସି-୨୯୫ ବିମାନ ନିର୍ମାଣ କରାଯାଉଛି । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ସେ ଭଦୋଦରାର ଲକ୍ଷ୍ମୀ ବିଳାସ ପ୍ୟାଲେସ ଯିବେ । ପ୍ରଧାନମନ୍ତ୍ରୀ ଭଦୋଦରାରୁ ଆମ୍ରେଲି ଯିବେ। ଅପରାହ୍ଣ ପ୍ରାୟ ୨ଟା ୪୫ ମିନିଟରେ ସେ ଆମ୍ରେଲିର ଦୁଧାଲା ଠାରେ ଭାରତମାତା ସରୋବରର ଉଦଘାଟନ କରିବେ।

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
 ଆଜି ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ  | Argus News