Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ମନମୋହନ ସିଂହଙ୍କ ପରଲୋକ ଭାରତ ପାଇଁ ଏକ ଅପୂରଣୀୟ କ୍ଷତି

Smruti Parija
Browse all articles by Smruti Parija
·1 year ago·2 min read
ମନମୋହନ ସିଂହଙ୍କ ପରଲୋକ ଭାରତ ପାଇଁ ଏକ ଅପୂରଣୀୟ କ୍ଷତି

Key Points

ଆଉ ନାହାନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ
ଦିଲ୍ଲୀ ସ୍ଥିତ ଏମ୍ସରେ ମନମୋହନ ସିଂହଙ୍କ ପରଲୋକ
୯୨ ବର୍ଷରେ ଶେଷ ନିଶ୍ବାସ ତ୍ୟାଗ କଲେ ମନମୋହନ ସିଂହ

ଅର୍ଗସ ବ୍ୟୁରୋ: ଡକ୍ଟର ମନମୋହନ ସିଂ ୧୯୩୨ ମସିହା ସେପ୍ଟେମ୍ବର ୨୬ ତାରିଖରେ ପଞ୍ଜାବରେ ଜନ୍ମଗ୍ରହଣ କରିଥିଲେ। ୧୯୫୭ ମସିହାରେ ଅର୍ଥଶାସ୍ତ୍ରରେ ପ୍ରଥମ ଶ୍ରେଣୀରେ ସମ୍ମାନର ସହ ଡିଗ୍ରୀ ହାସଲ କରିଥିଲେ ମନମୋହନ । ୧୯୬୨ ମସିହାରେ ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟର ନିଫିଲ୍ଡ କଲେଜରୁ ଡି.ଫିଲ୍ ଡିଗ୍ରୀ ଲାଭ କରିଥିଲେ । ପାଠ ପଢ଼ା ସମୟରେ ସ୍ବଳ୍ପ ସମୟ ପାଇଁ UNCTAD ସଚିବାଳୟରେ ମଧ୍ୟ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ । ଜେନିଭାରେ ୧୯୮୭ରୁ ୧୯୯୦ ମସିହା ପର୍ଯ୍ୟନ୍ତ ସାଉଥ୍ କମିଶନର ମହାସଚିବ ଭାବେ ନିଯୁକ୍ତ ହୋଇ ଦାୟିତ୍ବ ସଂପାଦନ କରିଥିଲେ। ୧୯୭୧ ମସିହାରେ ମନମୋହନ ସିଂହ ଭାରତ ସରକାରଙ୍କ ବାଣିଜ୍ୟ ମନ୍ତ୍ରଣାଳୟର ଆର୍ଥିକ ପରାମର୍ଶଦାତା ଭାବେ ଯୋଗ ଦେଇଥିଲେ ।


ଏହା ପରେ ୧୯୭୨ ମସିହାରେ ତାଙ୍କୁ ଅର୍ଥ ମନ୍ତ୍ରଣାଳୟର ମୁଖ୍ୟ ଆର୍ଥିକ ପରାମର୍ଶଦାତା ନିଯୁକ୍ତି ମିଳିଥିଲା । ଡକ୍ଟର ସିଂହ କାର୍ଯ୍ୟ କରିଥିବା ଗୁରୁତ୍ବପୂର୍ଣ୍ଣ ପଦପଦବୀ ମଧ୍ୟରେ ଅର୍ଥ ମନ୍ତ୍ରଣାଳୟରେ ସଚିବ, ଯୋଜନା କମିଶନର ଉପାଧ୍ୟକ୍ଷ, ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର, ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା ଏବଂ ୟୁଜିସିର ଅଧ୍ୟକ୍ଷ ପଦ ଅନ୍ୟତମ । ୧୯୯୧ରୁ ୧୯୯୬ ମସିହା ପର୍ଯ୍ୟନ୍ତ ପାଞ୍ଚ ବର୍ଷର ଅବଧିରେ ଡକ୍ଟର ସିଂହ ଭାରତର ଅର୍ଥମନ୍ତ୍ରୀ ରୂପେ ମଧ୍ୟ କାର୍ଯ୍ୟ କରିଥିଲେ । ଆର୍ଥିକ ସଂସ୍କାର ଦିଗରେ ଯେଉଁ ବ୍ୟାପକ ନୀତିର ଅୟମାରମ୍ଭ କରିଥିଲେ ତାହା ଏବେ ବିଶ୍ବବ୍ୟାପୀ ସ୍ବୀକୃତ।

ନିଜର ଦୀର୍ଘ କର୍ମମୟ ଜୀବନ ମଧ୍ୟରେ ଡକ୍ଟର ସିଂହ ଅଜସ୍ର ପୁରସ୍କାର ଓ ସମ୍ମାନର ଅଧିକାରୀ ହୋଇଛନ୍ତି । ଭାରତର ଦ୍ବିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମବିଭୂଷଣ, ଭାରତୀୟ ବିଜ୍ଞାନ କଂଗ୍ରେସର ଜବାହାରଲାଲ ନେହରୁ ଜନ୍ମ ଶତବାର୍ଷିକୀ ପୁରସ୍କାର, ବର୍ଷର ଶ୍ରେଷ୍ଠ ଅର୍ଥମନ୍ତ୍ରୀ ଭାବେ ଏସିଆ ମନି ପୁରସ୍କାର, ବର୍ଷର ଶ୍ରେଷ୍ଠ ଅର୍ଥମନ୍ତ୍ରୀ ଭାବେ ୟୁରୋମନି ପୁରସ୍କାର, କେମ୍ବ୍ରିଜ ବିଶ୍ବବିଦ୍ୟାଳୟର ଆଡାମ ସ୍ମିଥ୍ ପୁରସ୍କାର, କେମ୍ବ୍ରିଜ ସେଣ୍ଟ ଜୋନ୍ସ କଲେଜରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଦତ୍ତ ରାଇଟ୍ସ ପ୍ରାଇଜ୍ ମିଳିଛି । ମନମୋହନ ସିଂହ ମଧ୍ୟ ଦେଶ ବିଦେଶର ଅନ୍ୟ ବହୁ ପ୍ରସିଦ୍ଧ ସଂସ୍ଥା ଓ ସଂଗଠନ ଠାରୁ ଅନେକ ସମ୍ମାନ ଲାଭ କରିଛନ୍ତି । ରାଜନୈତିକ ଜୀବନରେ ଡକ୍ଟର ସିଂହ ଭାରତୀୟ ସଂସଦର ରାଜ୍ୟସଭାକୁ ୧୯୯୧ ମସିହାରେ ନିର୍ବାଚିତ ହେବା ସହ ୧୯୯୮ ଠାରୁ ୨୦୦୪ ମସିହା ପର୍ଯ୍ୟନ୍ତ ବିରୋଧୀ ଦଳ ନେତା ଦାୟିତ୍ବ ତୁଲାଇଥିଲେ । ୨୦୦୪ ମସିହାର ସାଧାରଣ ନିର୍ବାଚନରେ ଡକ୍ଟର ମନମୋହନ ସିଂହ ମେ ୨୨ ତାରିଖ ଦିନ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ପୁନର୍ବାର ୨୦୦୯ ମସିହା ମେ’୨୨ ତାରିଖ ଦିନ କ୍ରମାଗତ ଦ୍ବିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ।

ଦେଶ ଯେତେବେଳେ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା ସେତେବେଳେ ତାଙ୍କର ବିଚକ୍ଷଣ ଦକ୍ଷତା ଯୋଗୁ ଅନେକ ମାତ୍ରାରେ ସୁଧାର ଆସିଥିଲା । ଦେଶର ଅର୍ଥନୀତି ପୁଣି ଟ୍ରାକ୍‌କୁ ଫେରିଥିଲା । ମନମୋହନ ସିଂହଙ୍କ ପରଲୋକ ଭାରତ ପାଇଁ ଏକ ଅପୂରଣୀୟ କ୍ଷତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
profile-of-Former PM Manmohan Singh-ji | Argus News