Videos
|
National

ରାୟବରେଲିରୁ ନିର୍ବାଚନ ଲଢ଼ିବେ ରାହୁଲ, ଆମେଥିରୁ ଲଢ଼ିବେ କିଶୋରୀ ଲାଲ ଶର୍ମା

Ritu Das
Browse all articles by Ritu Das
·2 years ago·1 min read
ରାୟବରେଲିରୁ ନିର୍ବାଚନ ଲଢ଼ିବେ ରାହୁଲ, ଆମେଥିରୁ ଲଢ଼ିବେ କିଶୋରୀ ଲାଲ ଶର୍ମା

ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ସବୁଠୁ ଚର୍ଚ୍ଚିତ ଆସନ ତଥା କଂଗ୍ରେସ ଗଡ଼ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ଏଥର ଆମେଥି ଛାଡ଼ି ରାୟବରେଲିରୁ ନିର୍ବାଚନ ଲଢ଼ିବେ ରାହୁଲ ଗାନ୍ଧୀ। ଆମେଥି ଆସନରେ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରିଛି ଦଳ । ସେହିପରି ପ୍ରିୟଙ୍କା ଗାନ୍ଧୀ ଚଳିତ ନିର୍ବାଚନ ଲଢ଼ିବେନି ବୋଲି ମଧ୍ୟ ସ୍ପଷ୍ଟ ହୋଇଛି ।

ଉତ୍ତରପ୍ରଦେଶର ଏହି ଦୁଇଟି ଆସନ କଂଗ୍ରେସ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ରାୟବରେଲିରେ ସୋନିଆ ଗାନ୍ଧୀ ଲଗାତାର ଜିତିଆସୁଥିବା ବେଳେ ଚଳିତ ଥର ସେ ପ୍ରତ୍ୟକ୍ଷ ନିର୍ବାଚନ ନ ଲଢ଼ି ରାଜ୍ୟସଭାରୁ ସଂସଦ ଯାଇଛନ୍ତି । ତାଙ୍କ ସ୍ଥାନରେ ଏଥର ରାହୁଲ ଗାନ୍ଧୀଙ୍କୁ ପ୍ରାର୍ଥୀ କରିଛି ଦଳ । ସେହିପରି ଆମେଥି ଆସନରେ ୨୦୦୪ରୁ ରାହୁଲ ଜିତି ଆସୁଥିବା ବେଳେ ୨୦୧୯ରେ ଏହି ବିଜୟରେ ବ୍ରେକ ଲଗାଇଥିଲେ ସ୍କୃତି ଇରାନୀ । ଚଳିତ ଥର ମଧ୍ୟ ସ୍ମୃତି ଇରାନୀଙ୍କୁ ପ୍ରାର୍ଥୀ କରିଛି ବିଜେପି । ତେବେ ଚଳିତ ନିର୍ବାଚନରେ ଏହି ଆସନରେ ସ୍ମୃତିଙ୍କୁ ଟକ୍କର ଦେବେ କଂଗ୍ରେସର କିଶୋରୀ ଲାଲ ଶର୍ମା। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Rahul will contest from | Argus News