Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ରାଜ୍ୟରେ ଜାରି ରହିଛି ବର୍ଷା, ଆସନ୍ତାକାଲି ଠୁ କମିବ  

Manini Pattanayak
Browse all articles by Manini Pattanayak
·1 year ago·1 min read
ରାଜ୍ୟରେ ଜାରି ରହିଛି ବର୍ଷା, ଆସନ୍ତାକାଲି ଠୁ କମିବ  

ଭୁବନେଶ୍ୱର: ସକ୍ରିୟ ରହିଥିବା ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କେତେବେଳେ ମୁଷଳ ଧାରାରେ ବର୍ଷୁଛି ତ ଆଉ କେତେବେଳେ ତୁହାକୁ ତୁହା ବର୍ଷୁଛି। ପ୍ରବଳ ବର୍ଷାରେ ବେହାଲ ହେଲାଣି ଟୁଇନ ସିଟି। ଆସନ୍ତା ୨୪ ଘଣ୍ଟା ପାଇଁ କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ବରଗଡ଼ ଜିଳ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ର ସମ୍ଭାବନା ଥିବାରୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆସନ୍ତାକାଲି ଠୁ କମିବ ବର୍ଷା । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୮୬.୪ମିମି  ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୪ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୧୧୩୫.୧ମିମି ବର୍ଷା ସ୍ୱାଭାବିକ ରହିବା କଥା। ବର୍ତ୍ତମାନ ସୁଦ୍ଧା ଦୁଇଟି ଜିଲ୍ଲାରେ ସ୍ୱାଭାବିକ ଠାରୁ  ଅଧିକ ବର୍ଷା ହୋଇଥିବା  ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୪ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rain is continuing in the state, it will reduce from tomorrow | Argus News