Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ପରଲୋକରେ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି : ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

National

ପରଲୋକରେ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି : ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago·1 min read
ପରଲୋକରେ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି : ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ବରିଷ୍ଠ ବିଜେପି ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କର ପରଲୋକ ହୋଇଛି । ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ସେ ୭୨ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି । ବିହାରରେ ୨ ଥର ଉପ ମୁଖ୍ୟ ଭାବେ କାର୍ଯ୍ୟ କରିଥିବା ସୁଶୀଲଙ୍କୁ ବିଜେପି ରାଜ୍ୟସଭାକୁ ପଠାଇଥିଲା । ବିଜେପିର ଜଣେ ଟାଣୁଆ ନେତା ହିସାବରେ ତାଙ୍କର ବେଶ ଦବଦବା ରହିଛି । ଅସୁସ୍ଥତା କାରଣରୁ ସେ ଏଥର ନିର୍ବାଚନ ଠାରୁ ନିଜକୁ ଦୂରେଇ ରଖିଥିଲେ । 

ସେ ଗତ ୬ ମାସ ହେବ କର୍କଟ ରୋଗରେ ପୀଡ଼ିତ ଥିଲେ । ସୁଶୀଲ ମୋଦିଙ୍କ ପରଲୋକ ନେଇ ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏକ୍ସରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ସିଶୀଲ ମୋଦିଙ୍କ ନିଧନ ବିହାର ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ନିଜ ପୋଷ୍ଟରେ ଲେଖିଛନ୍ତି ସମ୍ରାଟ ଚୌଧୁରୀ । ୩୩ ବର୍ଷର ରାଜନୈତିକ କ୍ୟାରିୟର ମଧ୍ୟରେ ସେ ରାଜ୍ୟସଭା, ବିଧାନସଭା ଏବଂ ବିଧାନ ପରିଷଦ ସମେତ ସମସ୍ତ ୪ଟି ଗୃହର ସଦସ୍ୟ ରହି ସାରିଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

୫ ବର୍ଷ ଧରି ବିଧାନ ପରିଷଦର ସଦସ୍ୟ ମଧ୍ୟ ରହିଆସିଛନ୍ତି । ଏହାସହ ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୟ ଅଧ୍ୟକ୍ଷ ଜେ.ପି ନଡ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ୍ କରି ଶୋକବ୍ୟକ୍ତ କରିଚନ୍ତି ।

Argus Whatsapp Channel Mobile Top
Sponsored
Senior BJP leader and former Deputy Chief Minister of Bihar Sushil Kumar Modi died Monday night at AIIMS, New Delhi. He was 72. | Argus News