Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସୁସ୍ଥ ହୋଇ ଘରକୁ ଫେରିଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ

National

ସୁସ୍ଥ ହୋଇ ଘରକୁ ଫେରିଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ

Ritu Das
Browse all articles by Ritu Das
·1 year ago
ସୁସ୍ଥ ହୋଇ ଘରକୁ ଫେରିଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ

ଅର୍ଗସ ବ୍ୟୁରୋ: ସୁସ୍ଥ ହୋଇ ଘରକୁ ଫେରିଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ । ୯୬ ବର୍ଷୀୟ ଆଡଭାନୀ ଗତକାଲି ରାତିରେ ଅସୁସ୍ଥ ହୋଇ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ । ତେବେ ଗୁରୁବାର ଚିକିତ୍ସିତ ହେବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି । ଏମ୍ସର ଡାକ୍ତରଙ୍କ କହିବା ଅନୁଯାୟୀ, ପୂର୍ବ ଉପ-ପ୍ରଧାନମନ୍ତ୍ରୀ ଆଡଭାନୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।

ଗତ ୩ ମାସ ପୂର୍ବରୁ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀସ୍ଥିତ ବାସଭବନକକୁ ଯାଇ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କରିଥିଲେ । ପରିବାର ପକ୍ଷରୁ କୁହାଯାଇଛି ବୟସଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ସତର୍କତାମୂଳକ ଭାବେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ଡିସଚାର୍ଜ କରାଯାଇଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Senior BJP leader | Argus News