Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଶିଶୁଙ୍କ ଅଶ୍ଳୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

Banajyotshna Ray
Browse all articles by Banajyotshna Ray
·1 year ago
ଶିଶୁଙ୍କ ଅଶ୍ଳୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ଅର୍ଗସ ବ୍ୟୁରୋ:  ଶିଶୁଙ୍କ ଅଶ୍ଳୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିଶୁଙ୍କ ଅଶ୍ଳୀଳ ଭିଡିଓ ରଖିବା ଓ ଦେଖିବା ଅପରାଧ । ଏଥିପାଇଁ ପକସୋ ଆଇନ ଅନୁଯାୟୀ ଅଭିଯୁକ୍ତମାନେ ଦଣ୍ଡିତ ହେବେ । ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ପୂର୍ବରୁ ମାଡ୍ରାସ ହାଇକୋର୍ଟ ଏକ ରାୟରେ କହିଥିଲେ ଯେ, ଶିଶୁଙ୍କ ଅଶ୍ଳୀଳ ଭିଡିଓ ଦେଖିବା ଓ ଡାଉନଲୋଡ୍ କରିବା ଅପରାଧ ନୁହେଁ । ଏହାକୁ ଚ୍ୟାଲେଂଜ କରି ଆବେଦନକାରୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ମାଡ୍ରାସ ହାଇକୋର୍ଟଙ୍କ ରାୟକୁ ଖାରଜ କରିଛନ୍ତି । ଏଥିସହ ସଂସଦରେ ପକସୋ ଆଇନରେ ସଂଶୋଧନ ପାଇଁ ପ୍ରସ୍ତାବ ଦେଇଛନ୍ତି ସୁପ୍ରିମକୋର୍ଟ । ଶିଶୁଙ୍କ ଅଶ୍ଳୀଳ ଭିଡିଓକୁ ଶିଶୁ ଯୌନ ନିର୍ଯାତନା ଓ ଶୋଷଣ ସମ୍ବନ୍ଧୀୟ ବସ୍ତୁ  ନାମରେ ନାମିତ କରିବାକୁ କୋର୍ଟ ପ୍ରସ୍ତାବ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Supreme Court's big verdict in child obscene video case | Argus News