Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି ସସପେନସ

National

ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି ସସପେନସ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି ସସପେନସ

ଅର୍ଗସ ବ୍ୟୁରୋ:  ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି ସସପେନସ । ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ଫଡନବୀସ ଦୌଡରେ ଆଗରେ ରହିଛନ୍ତି । ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ କିଏ ହେବ ? ସେ ସମ୍ପର୍କରେ ନିଷ୍ପତ୍ତି ନେବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି । ଏଥିରେ କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ବିଜେପି ନେତା ଦେବେନ୍ଦ୍ର ଫଡନବୀସ ଓ ଏନସିପି ନେତା ଅଜିତ ପାଓ୍ବାର ଯୋଗ ଦେବେ । ଏଥିରେ ସରକାର ଗଠନ ନେଇ ବିସ୍ତୃତ ଅଲୋଚନା ହେବା ସହ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ।

ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳରେ ଜଣେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ ବୋଲି ଏନସିପି ନେତା ଅଜିତ ପାଓ୍ବାର ସୂଚନା ଦେଇଛନ୍ତି । ନଭେମ୍ବର ୩୦ କିମ୍ବା ଡିସେମ୍ବର ୧ରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସୂଚନା ମିଳିଛି । … ମହାରାଷ୍ଟ୍ର ନିର୍ବାଚନରେ ମହାୟୁତି ମେଣ୍ଟ ୨୮୮ ଆସନରୁ ୨୩୦ଟି ସିଟରେ ବିଜୟୀ ହୋଇଛି । ବିଜେପି ଏକାକୀ ୧୩୨ଟି ସିଟରେ ଜିତିଥିବା ବେଳେ ଶିବସେନା ୫୭ ଓ ଏନସିପି ୪୧ ସିଟରେ ବିଜୟୀ ହୋଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Suspense is on over who will be the next Chief Minister of Maharashtra. | Argus News