Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ

ଅର୍ଗସ ବ୍ୟୁରୋ:  କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଜୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ।

ଏହି ପ୍ରସ୍ତାବ ଗୁଡିକ ହେଲା:-

୧. ଓଡିଶାରେ ଅଧିକ ସଂଖ୍ୟକ ହିନ୍ଦି ଶିକ୍ଷକ ସୃଷ୍ଟି କରିବା ଏବଂ ହିନ୍ଦୀ ସାହିତ୍ୟକୁ ପ୍ରୋତ୍ସାହନ ଦେବା ପାଇଁ, ସ୍ୱତନ୍ତ୍ର ହିନ୍ଦି ଶିକ୍ଷା ପ୍ରତିଷ୍ଠାନର ଆବଶ୍ୟକତା ରହିଥିବା ନେଇ ଦାବି କରିଚନ୍ତି। 

୨. ଓଡିଆ ଓ ହିନ୍ଦି ଭାଷାର ପ୍ରଚାର ପ୍ରସାର ପାଇଁ ଉଭୟ ଭାଷାର ଅନୁବାଦ ସାହିତ୍ୟିକ କୃତି ଗୁଡିକର ଅନୁବାଦ ଆବଶ୍ୟକତା ରହିଛି। ଏଥିପାଇଁ କେନ୍ଦ୍ର ସରକାରଙ୍କ ରାଜଭାଷା ବିଭାଗର ଆର୍ଥିକ ସହାୟତାରେ ଏକ ସ୍ୱତନ୍ତ୍ର ଅନୁବାଦ କେନ୍ଦ୍ର ପ୍ରତିଷ୍ଠା ହେବା ଦରକାର ବୋଲି ଦାବି ରଖିଛି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

୩. ହିନ୍ଦି ଏବଂ ଓଡିଆ ଭାଷା ଓ ସାହିତ୍ୟ ମଧ୍ୟରେ ସାଂସ୍କୃତିକ ବିନିମୟ ପାଇଁ ଜାତୀୟ ଓ ରାଜ୍ୟ ସ୍ତରରେ ଅଧିକ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ପାଇଁ ପ୍ରସ୍ତାବ ଦିଆଯାଇଛି।

୪. ଏହା ସହିତ ଓଡିଶାରେ ଏକ ଇଣ୍ଟର-ଲାଙ୍ଗୁଏଜ୍ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍ ର ସ୍ଥାପନା ହେବା ଆମର ପ୍ରସ୍ତାବ ରହିଛି।

୫. ଶିକ୍ଷା ବ୍ୟବସ୍ଥାରେ ହିନ୍ଦୀ ଭାଷାର ବହୁଳ ପ୍ରଚଳନ ପାଇଁ ରାଜ୍ୟ କୁ କେନ୍ଦ୍ରୀୟ ଅନୁଦାନ ଏବଂ ସ୍ୱତନ୍ତ୍ର ସହାୟତା ମିଳିବା ଆବଶ୍ୟକ। 
ଏହା ଫଳରେ ହିନ୍ଦୀ ଶିକ୍ଷାଦାନ ପାଇଁ ସମ୍ବଳରେ କୌଣସି ଅଭାବ ରହିବ ନାହିଁ।

୬. ହିନ୍ଦୀ ସାହିତ୍ୟର ବିକାଶ ପାଇଁ ରାଜ୍ୟରେ କାର୍ଯ୍ୟକରୀ ହେଉଥିବା ବିଭିନ୍ନ ଯୋଜନା ଓ ଶିକ୍ଷା ପ୍ରତିଷ୍ଠାନ ଗୁଡିକୁ ସ୍ୱତନ୍ତ୍ର ଅନୁଦାନ ଏବଂ ସହଯୋଗ ପ୍ରଦାନ କରାଯିବା ଆବଶ୍ୟକ ରହିଛି ବୋଲି ମୁଖ୍ୟ ମନ୍ତ୍ରୀ ଦାବି କରିଥିବା କହିଛନ୍ତି।

Sponsored
The 32nd meeting of the Central Hindi Samiti was held under the chairmanship of Amit Shah | Argus News