Videos
|
National

 ତିନି ଦନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ  

Manini Pattanayak
Browse all articles by Manini Pattanayak
·2 years ago·1 min read
 ତିନି ଦନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ  

 ଭୁବନେଶ୍ୱର:  ଆଜି ଓଡିଶା ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ । ସାଧାରଣ ନିର୍ବାଚନ ପାଇଁ ତିନି ଦନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ଡେପୁଟି କମିଶନର ଅରୁଣ ଗୋୟଲ, ସିନିୟର ଡେପୁଟି ନିର୍ବାଚନ କମିଶନର ଧର୍ମେନ୍ଦର ଶର୍ମା, ସିନିୟର ଡେପୁଟି ଇଲେକସନ କମିଶନର ନୀତେଶ ବ୍ୟାସଙ୍କ ସମେତ ୮ ଜଣ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଓଡିଶାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । EVM ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିଶନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବେ ।

୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଓଡିଶାରେ ରହିବାର କାର୍ଯ୍ୟକ୍ରମ ରହିଛି । ୧୬ ତାରିଖରେ ଜାତୀୟ ଓ ରାଜ୍ୟର ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳ, ଡିଇଓ, ଏସପି, ସିପି, ଡିଭିଜନାଲ କମିଶନର ଆଇଜିଙ୍କ ସହ ନିର୍ବାଚନ କମିଶନ ଆଲୋଚନା କରିବାର କାର୍ଯକ୍ରମ ରହିଛି । ସେହିପରି ୧୭ ତାରିଖରେ ରାଜ୍ଯ ମୁଖ୍ଯ ନିର୍ବାଚନ ଅଧିକାରୀ, ରାଜ୍ୟ ପୋଲିସ ନୋଡାଲ ଅଫିସର, ସିପିଏଫ ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ । ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: