Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ସର୍ବପୁରାତନ ବିଦ୍ରୋହୀ ଗୋଷ୍ଠୀ ସହିତ ଐତିହାସିକ ଶାନ୍ତି ଚୁକ୍ତି କଲେ କେନ୍ଦ୍ର ସରକାର

Ritu Das
Browse all articles by Ritu Das
·2 years ago·1 min read
ସର୍ବପୁରାତନ ବିଦ୍ରୋହୀ ଗୋଷ୍ଠୀ ସହିତ ଐତିହାସିକ ଶାନ୍ତି ଚୁକ୍ତି କଲେ କେନ୍ଦ୍ର ସରକାର

ଅର୍ଗସ ବ୍ୟୁରୋ: ମଣିପୁର ହିଂସା ପରେ ରାଜ୍ୟରେ ଶାନ୍ତି ପ୍ରତିଷ୍ଠା ପାଇଁ ନିରନ୍ତର ଚେଷ୍ଟା ଚଳାଇଛନ୍ତି ରାଜ୍ୟ ଓ କେନ୍ଦ୍ର ସରକାର। ବୁଧବାର ଏହି ଦିଗରେ ଏକ ବଡ଼ ସଫଳତା ହାସଲ ମିଳିଛି। ଶାନ୍ତି ପାଇଁ ଐତିହାସିକ ଚୁକ୍ତି ସ୍ବାକ୍ଷର ହୋଇଛି। ଭାରତ ସରକାର ଏବଂ ମଣିପୁର ସରକାର ମଣିପୁରର ସର୍ବପୁରାତନ ସଶସ୍ତ୍ର ଗୋଷ୍ଠୀ ୟୁନାଇଟେଡ୍ ନ୍ୟାସନାଲ ଲିବରେସନ ଫ୍ରଣ୍ଟ ତଥା ସର୍ବପୁରାତନ ବିଦ୍ରୋହୀ ଗୋଷ୍ଠୀ ସହ ଶାନ୍ତି ଚୁକ୍ତି  ସ୍ବାକ୍ଷର କରିଛନ୍ତି ।

 

ଏହି ଚୁକ୍ତି ସମ୍ପୂର୍ଣ୍ଣ ଉତ୍ତର ପୂର୍ବ ଭାରତ ଏବଂ ବିଶେଷ କରି ମଣିପୁରରେ ଶାନ୍ତିର ଏକ ନୂତନ ଯୁଗ ଆରମ୍ଭ କରିବାକୁ ମାର୍ଗ ପ୍ରଶସ୍ତ କରିବ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ଶକ୍ତିଶାଳୀ ହେବ ଭାରତୀୟ ନୌସେନା

କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ କହିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସର୍ବାଙ୍ଗୀନ ବିକାଶ ଏବଂ ଉତ୍ତର-ପୂର୍ବ ଭାରତର ଯୁବକମାନଙ୍କୁ ଉନ୍ନତ ଭବିଷ୍ୟତ ପ୍ରଦାନ କରିବାର ସ୍ବପ୍ନକୁ ସାକାର କରିବାରେ ଏହା ଏକ ଐତିହାସିକ ସଫଳତା ।  ଗୃହମନ୍ତ୍ରୀ ଗଣତାନ୍ତ୍ରିକ ପ୍ରକ୍ରିୟାରେ ୟୁଏନଏଲଏଫକୁ ସ୍ବାଗତ କରିବା ସହ ଶାନ୍ତି ଓ ପ୍ରଗତି ପଥରେ ସେମାନଙ୍କ ଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଥମ ଥର ପାଇଁ ଘାଟୀ ସ୍ଥିତ ମଣିପୁରୀ ସଶସ୍ତ୍ର ଗୋଷ୍ଠୀ ହିଂସା ତ୍ୟାଗ କରି ଭାରତର ସମ୍ବିଧାନ ଓ ଦେଶର ଆଇନକୁ ସମ୍ମାନ ଜଣାଇ ମୁଖ୍ୟସ୍ରୋତକୁ ଫେରିବାକୁ ରାଜି ହୋଇଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Sponsored