Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ମହାତ୍ମା ଗାନ୍ଧୀ ଓ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଦିଲ୍ଲୀ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାଙ୍ଗରେ ଥିଲେ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ କେ.ଭି ସିଂ ଦେଓ । ଏହାପରେ ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ସେଦୈବ ଅଟଳରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏଥିସହ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟ ଶଙ୍କରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ସଂଧ୍ୟାରେ ହଜଖାସ୍ ଜଗନ୍ନାଥ ମନ୍ଦିରରେ ପ୍ରବାସୀ ଓଡ଼ିଆଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କରିବେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତର ଆଜି ତୃତୀୟ ଦିନ । ଗତକାଲି ଗୃହ ମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ସେଖାୱତ, ବିଜେପି ସଧାରଣ ସମ୍ପାଦକ ବି ଏଲ ସନ୍ତୋଷ, ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ପ୍ରମୁଖଙ୍କୁ ଭେଟିଥିଲେ। ଏହାସହ ପ୍ରଧାନମନ୍ତ୍ରୀଙ୍କ ସହିତ ବିକଶିତ ଓଡ଼ିଶା ବିକଶିତ ଭାରତ ନେଇ ଆଲୋଚନା କରିଥିଲେ ।

ଅଧିକ ପଢ଼ନ୍ତୁ:୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Chief Minister paid tribute to Mahatma Gandhi and Atal Bihari Vajpayee | Argus News