ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଦିଦିଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଫୋନରେ କଥାହେଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ କଲେ ଅନୁରୋଧ । ପଦକ୍ଷେପ ନେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି।
ଅଧିକ ପଢନ୍ତୁ : ଆଉ ଚଳିବନି ମମତାଙ୍କ ମନମାନୀ, ଆଳୁ ନେଇ ରାଜ୍ୟ ସରକାରଙ୍କ ପଦକ୍ଷେପ
ମୁଖ୍ୟମନ୍ତ୍ରୀ କହିଲେ ଯେ ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ। ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।