Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ

National

ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ

Banajyotshna Ray
Browse all articles by Banajyotshna Ray
·1 year ago
ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ

ଅର୍ଗସ ବ୍ୟୁରୋ:  ହିମାଚଳ ପ୍ରଦେଶ ସଂଜୌଲୀ ମସଜିଦ ବିବାଦ ଥମିନଥିବାବେଳେ ମହାରାଷ୍ଟ୍ର ଧରାବୀ ବସ୍ତିରେ ବେଆଇନ ମସଜିଦ ନିର୍ମାଣକୁ ନେଇ ବଢୁଛି ବିବାଦ । କୋର୍ଟଙ୍କ ନିର୍ଦ୍ଦେଶ ପରେ ବେଆଇନ ମସଜିଦ ଭାଙ୍ଗିବାକୁ ପହଞ୍ଚିଥିବା ମୁମ୍ବାଇ ମହାନଗର ନିଗମ କର୍ମଚାରୀଙ୍କୁ ବିରୋଧ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି । ଘଟଣାକୁ ନେଇ ରାଜନୀତି ନକରିବାକୁ ନିବେଦନ କରିବା ସହ ଶାନ୍ତିପୂର୍ଣ୍ଣ ଉପାୟରେ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭୀସ । ଅନଧିକୃତ ନିର୍ମାଣକୁ ହଟାଇବାକୁ ସ୍ଥାନୀୟ ଲୋକେ 4ରୁ 5 ଦିନ ସମୟ ମାଗିଥିବାରୁ ବିଏମସି ଟିମ୍ ଫେରିଆସିଥିବା କହିଛନ୍ତି ଫଡ଼ନାଭୀସ । ଘଟଣାକୁ ନେଇ ସୋସିଆଲ ମିଡିଆରେ ଅପପ୍ରଚାର କରାଯାଉଥିବାରୁ ପୋଲିସ ପକ୍ଷରୁ ଗୁଜବକୁ ବିଶ୍ବାସ ନକରିବାକୁ ଅପିଲ କରାଯାଇଛି । ସ୍ଥାନୀୟ ଅଞ୍ଚଳରେ ସ୍ଥିତି ନିୟନ୍ତ୍ରଣାଧିନ ରହିଥିବା କହିଛନ୍ତି ଜୋନ 5 ଡିସିପି ତେଜସ୍ବୀ ସତପୁତେ ।

ଅଧିକ ପଢ଼ନ୍ତୁ ଦେଶ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The dispute over the construction of an illegal mosque in Maharashtra's Dharavi Basti is growing | Argus News