Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଝାଡ଼ଖଣ୍ଡରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଝାଡ଼ଖଣ୍ଡରେ ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ

ଅର୍ଗସ ବ୍ୟୁରୋ : ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଶେଷ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୪୩ ସିଟ୍‌ରେ ୬୮୩ ପ୍ରାର୍ଥୀ ମଇଦାନରେ ଥିଲେ । ପାଖାପାଖି ୧.37 କୋଟି ଜନତା ବାଛିଛନ୍ତି ନିଜର ନେତା । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଚାରିଜଣ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ସଦସ୍ୟ ଏବଂ ଅନେକ ପୂର୍ବତନ ମନ୍ତ୍ରୀଙ୍କ ସମେତ ରାଜ୍ୟର ବହୁ ବରିଷ୍ଠ ନେତାଙ୍କ ଭାଗ୍ୟ ଇଭିଏମ ରେ ସିଲ ହୋଇଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ ଚମ୍ପାଇ ସୋରେନ ଷଢେଇକଳା ଆସନରୁ ଜେଏମଏମ ପ୍ରତିଦ୍ବନ୍ଦ୍ବୀ ଗଣେଶ ମହାଲିଙ୍କ ସହ ଲଢିଛନ୍ତି ।

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଅମିତ ଶାହା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ସହ ଅନେକ ଆଗ ଧାଡିର ନେତା ନିର୍ବାଚନ ମଙ୍ଗ ଧରିଥିବା ବେଳେ ଓଡ଼ିଆ ବହୁଳ ଅଞ୍ଚଳ କୁହାଯାଉଥିବା କୋହ୍ଲାନ ପ୍ରଖଣ୍ଡର ୧୪ଟି ବିଧାନସଭା ଆସନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେପି ପ୍ରାର୍ଥୀ ଙ୍କ ପାଇଁ ପ୍ରଚାରର ମଙ୍ଗ ଧରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଲୋକମାନେ ଲମ୍ବା ଲାଇନରେ ଛିଡା ହୋଇ ଭୋଟ ଦେଇଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଉଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The first phase of assembly elections in Jharkhand has ended | Argus News