Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଚଣ୍ଡିଗଡରେ ଶେଷ ହେଲା ଏନଡିଏର ଗୁରୁତ୍ବପୂର୍ଣ୍ଣ ବୈଠକ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଚଣ୍ଡିଗଡରେ ଶେଷ ହେଲା ଏନଡିଏର ଗୁରୁତ୍ବପୂର୍ଣ୍ଣ ବୈଠକ

ଅର୍ଗସ ବ୍ୟୁରୋ:  ଚଣ୍ଡିଗଡରେ ଶେଷ ହେଲା ଏନଡିଏର ଗୁରୁତ୍ବପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ହୋଇଛି ଗୁରୁତ୍ବପୂର୍ଣ୍ଣ ଆଲୋଚନା। ବୈଠକରେ ସାମିଲ ହୋଇଥିଲେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଏନଡିଏ ସହଯୋଗୀ ଦଳର ନେତା ଓ ମୁଖ୍ୟମନ୍ତ୍ରୀ। ଏହି ବୈଠକରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହୋଇଥିଲେ।  ବିହାର ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା, ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ୍ ସିଂ, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ମେଘାଳୟ ମୁଖ୍ୟମନ୍ତ୍ରୀ କର୍ଣ୍ଣାଡ ସାଙ୍ଗମା, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାନିକ ସାହ, ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କ ସହ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଓ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କ ସମେତ ବିଭିନ୍ନ ରାଜ୍ୟର ବିଜେପି ସଭାପତି ମାନେ ଯୋଗ ଦେଇଛନ୍ତି ।

ଏହି ବୈଠକରେ ବିକଶିତ ଭାରତର ଲକ୍ଷ୍ୟକୁ ନେଇ ଆଲୋଚନା ହୋଇଛି। ଏଥି ସହ ସମ୍ବିଧାନର ଅମୃତ ମହୋତ୍ସବ ପାଳନ, ଏମରଜେନ୍ସି ଦ୍ବାରା ଗଣତନ୍ତ୍ର ହତ୍ୟାର 50 ବର୍ଷ ପୂର୍ତ୍ତିକୁ ନେଇ ମଧ୍ୟ ଆଲୋଚନା ହୋଇଛି। ଆଗକୁ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ଅନୁଷ୍ଠିତ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ହରିୟାଣାରେ ସନଦାର୍ ପ୍ରଦର୍ଶନ ପରେ ବିଜେପିର ଜୋଶ୍ ହାଇ ରହିଥିବା ବେଳେ ଏନଡିଏ ସହଯୋଗୀ ଦଳଙ୍କ ସହ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ରଣନୀତି ନେଇ ଚର୍ଚ୍ଚା ହୋଇଛି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The important meeting of NDA ended in Chandigarh | Argus News