Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ

National

ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ

Manini Pattanayak
Browse all articles by Manini Pattanayak
·2 years ago·1 min read
ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ

 ଆସନ୍ତା କାଲି ଭୁବନେଶ୍ୱରରେ ରୋଡ ସୋରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
 ସନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି
  ଆସନ୍ତା ୧୧ ତାରିଖ ଦିନ କନ୍ଧମାଳ (ଫୁଲବାଣୀ), ବଲାଙ୍ଗୀର ଓ ବରଗଡଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ବିଜୁ ଜନତା ଦଳର ‘ଏକ୍ସପାରି ଡେଟ୍‌’ ହେଉଛି ଜୁନ ୪ତାରିଖ । ଭାରତୀୟ ଜନତା ପାର୍ଟିର ସରକାର ଓଡ଼ିଶାରେ ହେବ । ଓଡିଶାକୁ ଦେଶର ଏକ ନମ୍ବର ରାଜ୍ୟ ଭାବେ ଗଢି ତୋଳିବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ମୋଦି ଗ୍ୟାରେଂଟି ନେଇ ଆସନ୍ତା କାଲି ପୁଣି ଥରେ ଦୁଇ ଦିନିଆ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଆସନ୍ତା କାଲି ସଂନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିବା ପରେ ବିରାଟ ରୋଡ ସୋ’ ରେ ଯୋଗ ଦେବେ । ଏହି ରୋଡ ସୋ ସନ୍ଧ୍ୟା ୬ଟାରେ ରାଜ୍ୟ କାର୍ଯ୍ୟଳୟଠାରୁ ବାହାରି ବାଣୀବିହାରଠାରେ ପହଂଚିବ । ରୋଡ ସୋ ଅବସରରେ ଲକ୍ଷ ଲକ୍ଷ ଲୋକ ମୋଦିଜୀଙ୍କୁ ସ୍ୱାଗତ ଜଣାଇବେ । ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ ଏକ ଐତିହାସିକ କ୍ଷଣ ହେବ । ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର କହିଛନ୍ତି ।

ଭୁବନେଶ୍ୱରରେ ରାତ୍ରିଯାପନ କରିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଆସନ୍ତା ୧୧ ତାରିଖ ଦିନ ସକାଳ ୯.୩୦ରେ କନ୍ଧମାଳ ଲୋକସଭାର ଫୁଲବାଣୀ ଷ୍ଟାଡିୟମଠାରେ, ପୂର୍ବାହ୍ନ ୧୧.୩୦ରେ ବଲାଙ୍ଗୀରଠାରେ ଏବଂ ଅପରାହ୍ନ ୧.୩୦ରେ ବରଗଡଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Prime Minister is visiting Odisha tomorrow for a two-day election campaign | Argus News