Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି

Manini Pattanayak
Browse all articles by Manini Pattanayak
·2 years ago
୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି

ନୂଆଦିଲ୍ଲୀ:  4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।

ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ । 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The results of the Mizoram Assembly elections were supposed to be declared on today | Argus News