ବ୍ୟାଙ୍କିଂ, ଫାଇନାନ୍ସ ଓ ବୀମା କ୍ଷେତ୍ରରେ ସାର୍ଟିଫିକେଟ୍ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆମେ ଏପରି ଏକ ଦୁନିଆରେ ରହୁଛୁ ଯେଉଁଠାରେ କେବଳ ଡିଗ୍ରୀ ରହିବା ଯଥେଷ୍ଟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଆମକୁ ଭାରତରେ ଜ୍ଞାନ ଓ ଦକ୍ଷତାର ଏକ ସୁପର ହାଇୱେ ନିର୍ମାଣ କରିବାକୁ ହେବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଆର୍ଥିକ ସେବା କ୍ଷେତ୍ରରେ ନିଯୁକ୍ତି ସୁଯୋଗ ଦେବା ପାଇଁ ସ୍ନାତକ ଯୁବପିଢିଙ୍କୁ ପ୍ରସ୍ତୁତ କରାଇବା ଦିଗରେ ଜାତୀୟ ଦକ୍ଷତା ବିକାଶ ନିଗମ(ଏନଏସଡିସି), ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ(ଏଆଇସିଟିଇ) ଏବଂ ବଜାଜ ଫାଇନାନ୍ସ କମ୍ପାନୀ ସହ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଅବସରରେ ଶ୍ରୀ ପ୍ରଧାନ ବ୍ୟାଙ୍କିଂ, ଫାଇନାନ୍ସ ଓ ବୀମା କ୍ଷେତ୍ରରେ ଏକ ସାର୍ଟିଫିକେଟ୍ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିଛନ୍ତି ।
ଅଧିକ ପଢନ୍ତୁ ଭାରତ ଖବର
ଶ୍ରୀ ପ୍ରଧାନ କହିଛନ୍ତି ଆଜିର ଏମଓୟୁ ଶିକ୍ଷାନୁଷ୍ଠାନ-ଶିଳ୍ପାନୁଷ୍ଠାନ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବ । ଯୁବବର୍ଗଙ୍କୁ ସଶକ୍ତ କରିବ । ବିଶ୍ୱସ୍ତରୀୟ ଦକ୍ଷତା ଦେଇ ଭବିଷ୍ୟତ ପାଇଁ ଯୁବକ ଯୁବତୀଙ୍କୁ ପ୍ରସ୍ତୁତ କରାଇବା ସହ ଆର୍ଥିକ କ୍ଷେତ୍ରରେ ବ୍ୟାପକ ଦକ୍ଷତା ସୃଷ୍ଟି କରିବ । ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ବିକଶିତ ଭାରତ ପାଇଁ ଥିବା ଦୂରଦୃଷ୍ଟି ଉପରେ ଆଲୋକପାତ କରିଥିଲେ କେନ୍ଦ୍ରମନ୍ତ୍ରୀ ।
📱 Get Argus News App
✨ସେ କହିଛନ୍ତି ଲୋକଙ୍କର ଦକ୍ଷତା ବଢାଇବା ପାଇଁ ପ୍ରଧାନମନ୍ତ୍ରୀ କହିଛନ୍ତି । ଲୋକଙ୍କୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ୍ ସ୍କିଲିଂ ସହ ଯୋଡିଲେ ହିଁ ଦେଶ ଆଗକୁ ବଢିବ । ଆଜି ଦେଶରେ ଡିପିଆଇ ବା ଡିଜିଟାଲ ପବ୍ଲିକ ଇନଟ୍ରେଷ୍ଟ କାରଣରୁ ଦେଶ ଆଗକୁ ବଢୁଛି । ଭାରତର ଅର୍ଥମନ୍ତ୍ରୀ ମଜଭୂତ୍ ହେଉଛି । ଏକ ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ସୃଜନଶୀଳ ଚିନ୍ତାଧାରା ସହ ବିକଶିତ ଭାରତ ଗଠନରେ ଦକ୍ଷତା ବିକାଶ ଓ ଆର୍ଥିକ କ୍ଷେତ୍ରର ଯୋଗଦାନକୁ ଏକାଠି କରିବା ପାଇଁ ହେବ । ବିଶ୍ୱସ୍ତରୀୟ ଦକ୍ଷତା ସହ ଭବିଷ୍ୟତ ପାଇଁ ପ୍ରସ୍ତୁତ ଦେଶର ଯୁବବର୍ଗ ବିକଶିତ ଭାରତ ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।