Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

National

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

Ritu Das
Browse all articles by Ritu Das
·2 years ago·1 min read
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ଅର୍ଗସ ବ୍ୟୁରୋ: ଦିଲ୍ଲୀର ସ୍କୁଲ ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ ଜରିଆରେ ଧମକ ଆସିଛି। ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସର୍ଚ୍ଚ ଅପରେଶନ ଜାରି ରହିଛି। 

ଦିଲ୍ଲୀର ଅତ୍ୟଧିକ ସମ୍ବେଦନଶୀଳ ନର୍ଥ ବ୍ଲକରେ ବୋମା ଧମକ ମିଳିଛି। ଜଣେ ଅଧିକାରୀ କହିଛନ୍ତି ଯେ, ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ସହ ଏକ ଡଗ ସ୍କ୍ବାଡ ଏବଂ ବୋମା ନିଷ୍କାସନକାରୀ ଦଳ ସମଗ୍ର ଅଞ୍ଚଳରେ ଖୋଜାଖୋଜି କରୁଛନ୍ତି।

ଦିଲ୍ଲୀ ଅଗ୍ନିଶମ ବିଭାଗ କହିଛି, ପିସିଆରରୁ ଆମକୁ ଏକ କଲ ଆସିଥିଲା ଯେ, ନର୍ଥ ବ୍ଲକରେ ବୋମାମାଡ଼ ପାଇଁ ଧମକ ଆସିଛି। ଆଜି ଅପରାହ୍ନ ୩ଟା ୩୦ ସମୟରେ ଏହି କଲ ଆସିଥିଲା। ସର୍ଚ୍ଚ ଅପରେଶନରେ ଏପର୍ଯ୍ୟନ୍ତ କିଛି ମିଳିନାହିଁ। ନର୍ଥ ବ୍ଲକ ହେଉଛି ସେହି କ୍ଷେତ୍ର ଯେଉଁଠାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସହିତ ଅନେକ ଗୁରୁତ୍ବପୂର୍ଣ୍ଣ ମନ୍ତ୍ରଣାଳୟ ରହିଛି। ଗତ କିଛି ଦିନ ହେବ ଜାତୀୟ ରାଜଧାନୀ ଦିଲ୍ଲୀର ସ୍କୁଲ ଏବଂ ଡାକ୍ତରଖାନା ଗୁଡ଼ିକରେ ମଧ୍ୟ ବୋମା ଧମକ ଆସୁଛି। ତେବେ ଖୋଜାଖୋଜି ପରେ କିଛି ମିଳିନାହିଁ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସୂଚନାଯୋଗ୍ୟ, ଚଳିତବର୍ଷ ମେ' ୧ରେ ଦିଲ୍ଲୀ-ଏନସିଆରରେ ୧୫୦ରୁ ଅଧିକ ବିଦ୍ୟାଳୟକୁ ମେଲ ମାଧ୍ୟମରେ ବୋମାମାଡ଼ ଧମକ ଆସିଥିଲା। ଏହାପରେ ଉତ୍ତେଜନା ଦେଖାଦେଇଥିଲା। ବିଦ୍ୟାଳୟ ଗୁଡ଼ିକୁ ସ୍ଥାନାନ୍ତର କରାଯାଇଥିଲା। କିଛି ଦିନ ପରେ ଡାକ୍ତରଖାନା ଗୁଡ଼ିକୁ ମଧ୍ୟ ମେଲ ଜରିଆରେ ସମାନ ଧମକ ଆସିଥିଲା। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Sponsored
Threats to bomb | Argus News