Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ବିଶ୍ୱ ପରିବେଶ ଦିବସ

Smruti Parija
Browse all articles by Smruti Parija
·1 year ago·1 min read
ଆଜି ବିଶ୍ୱ ପରିବେଶ ଦିବସ

Key Points

ବିଶ୍ୱ ପରିବେଶ ଦିବସ

ପ୍ରକୃତି ବିନା ଜୀବନ ସମ୍ଭବ ନୁହେଁ

ପରିବେଶ ବିଷୟରେ ଲୋକଙ୍କୁ ଅବଗତ କରାଇବା ମୁଖ୍ୟ ଉଦେଶ୍ୟ

ଆଜି ବିଶ୍ୱ ପରିବେଶ ଦିବସ। ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ। ଏହି ଦିନ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା। ବିଶ୍ୱର ପ୍ରାୟ ୧୪୩ଟି ରାଷ୍ଟ୍ରରେ ଏହି ଦିବସ ପାଳନ କରାଯାଇଥାଏ। ମଣିଷ ନିଜର ଜାଣତରେ ହେଉ କିମ୍ବା ଅଜାଣତରେ ପରିବେଶ ପ୍ରତି ଅନେକ ଅନ୍ୟାୟ କରିଥାଏ। ନିଜର ଉନ୍ନତି ଓ ଜୀବିକା ନିର୍ବାହ ପାଇଁ ଗଛ କାଟିବାଠାରୁ ଆରମ୍ଭ କରି କଳ କାରଖାନା ପ୍ରତିଷ୍ଠା, ଯାନବାହନ ତିଆରି ଆଦି ଅନେକ ଜିନିଷ କରିଥାଏ।


ଆଉ ଏଥିରୁ ନିର୍ଗତ ହେଉଥିବା ଧୂଆଁ ପରିବେଶ ପ୍ରଦୂଷଣ କରିଥାଏ। ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ଅନ୍ୟତ୍ତମ ପ୍ରମୁଖ କାରଣ। ସୁସ୍ଥ ସମାଜ ଗଠନ କରିବାକୁ ହେଲେ ଆମ ପରିବେଶକୁ ସ୍ୱଚ୍ଛ ଏବଂ ନିର୍ମଳ ରଖିବାକୁ ପଡ଼ିବ। ମଣିଷ ଏବଂ ପରିବେଶ ମଧ୍ୟରେ ବହୁତ ଗଭୀର ସମ୍ପର୍କ ରହିଛି। ପ୍ରକୃତି ବିନା ଜୀବନ ସମ୍ଭବ ନୁହେଁ। ପରିବେଶ କ୍ରମାଗତ ଭାବରେ ଦୂଷିତ ହେଉଛି, ଯାହା ଆମ ଜୀବନରେ ଗଭୀର ପ୍ରଭାବ ପକାଉଛି । ପରିବେଶର ଯତ୍ନ ନେବାକୁ ଏହି ଦିବସ ସମସ୍ତଙ୍କୁ ବାର୍ତ୍ତା ଦେଇଥାଏ।୧୯୭୨ରୁ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
today-is-celebrated-as-world-environment | Argus News