ଆଜି ଜାତୀୟ କ୍ରୀଡ଼ା ଦିବସ
·1 year ago

ନୂଆଦିଲ୍ଲୀ: ଆଜି ଜାତୀୟ କ୍ରୀଡ଼ା ଦିବସ । ହକି ଲେଜେଣ୍ଡ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଆଜିର ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି । ଭାରତୀୟ ତଥା ବିଶ୍ବ ହକିରେ ଧ୍ୟାନଚାନ୍ଦ ଜଣେ କିମ୍ବଦନ୍ତୀ ବ୍ୟକ୍ତିତ୍ବ । ତାଙ୍କ ବଳିଷ୍ଠ ଖେଳ ବଳରେ ୧୯୨୮,୧୯୩୨ ଏବଂ ୧୯୩୬ ମସିହାରେ ତିନୋଟି ଅଲିମ୍ପିକ୍ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲା ଭାରତୀୟ ହକି ଟିମ୍ ।
ଧ୍ୟାନ ଚାନ୍ଦ ଆହ୍ଲାବାଦରେ ୨୯ ଅଗଷ୍ଟ ୧୯୦୫ ରେ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ । ୧୯୫୬ ମସିହା ଅଗଷ୍ଟ ୨୯ ତାରିଖରେ ଭାରତ ସରକାର ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ପ୍ରତିବର୍ଷ ଅଗଷ୍ଟ 29 ତାରିଖକୁ ଯୁବଗୋଷ୍ଠୀଙ୍କ ମଧ୍ୟରେ କ୍ରୀଡ଼ା ବିପ୍ଳବର ବହ୍ନି ଜାଳିବାକୁ 'ଜାତୀୟ କ୍ରୀଡା ଦିବସ' ଭାବେ ପାଳନ କରାଯାଇଥାଏ ।
ଅଧିକ ପଢନ୍ତୁ କ୍ରୀଡା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: