Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ସମଗ୍ର ଦେଶରେ ପାଳିତ ହେଉଛି ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ

National

ଆଜି ସମଗ୍ର ଦେଶରେ ପାଳିତ ହେଉଛି ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ

Ritu Das
Browse all articles by Ritu Das
·1 year ago·1 min read
ଆଜି ସମଗ୍ର ଦେଶରେ ପାଳିତ ହେଉଛି  ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ

ଅର୍ଗସ ବ୍ୟୁରୋ: ଆଜି ସମଗ୍ର ଦେଶରେ ପାଳିତ ହେଉଛି ରାଷ୍ଟ୍ରନାୟକ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଦେଶର ଦ୍ବିତୀୟ ପ୍ରଧାନମନ୍ତ୍ରୀ ୧୯୦୪ ମସିହାରେ ଆଜିର ଦିନରେ ଉତ୍ତରପ୍ରଦେଶର ମୁଗଲସରାୟରେ ଜନ୍ମ ଗ୍ରହଣ କରିଥିଲେ ଲାଲ ବାହାଦୂର ଶାସ୍ତ୍ରୀ। ପିଲାଟି ବେଳୁ ସେ ବେଶ୍ ନମ୍ର, ଶାନ୍ତ ଓ ସରଳ ଥିଲେ। ନିଜର ବିନମ୍ରତା ପାଇଁ ଜଣାଶୁଣା ଲାଲ ବାହାଦୂର ଶାସ୍ତ୍ରୀଙ୍କ କୁଶଳ ନେତ୍ବତ୍ବ ଏବଂ ଜନକଲ୍ୟାଣକାରୀ ବିଚାର ପାଇଁ ସବୁବେଳେ ଦେଶବାସୀଙ୍କସ ମନରେ ରହଛନ୍ତି । ମାତ୍ର ୧୬ ବର୍ଷ ବୟସରେ ମହାତ୍ମା ଗାନ୍ଧୀଙ୍କ ଅସହଯୋଗ ଆନ୍ଦୋଳନରେ ଭାଗ ନେଇ ଭାରତକୁ ସ୍ବାଧୀନତା ଦେବାକୁ ଲଢିଥିଲେ।  

ତାଙ୍କ ପରି ବିନମ୍ରତା ବ୍ୟକ୍ତିଙ୍କ ପରି ପ୍ରଧାନମନ୍ତ୍ରୀ ଆଜି ପର୍ଯ୍ୟନ୍ତ ନାହାନ୍ତି । ଦେଶ ସ୍ବାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ଶାସ୍ତ୍ରୀଜୀ। ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ ସେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଶାସ୍ତ୍ରୀ ଦେଶର କୃଷକ ଏବଂ ଶ୍ରମିକମାନଙ୍କର ନେତା ଭାବରେ ମଧ୍ୟ ଜଣାଶୁଣା । ତାଙ୍କ ସ୍ଲୋଗାନ ‘ଜୟ ଜବାନ ଏବଂ ଜୟ କିଶାନ’ ଆଜି ଦେଶ ପାଇଁ ଅମର ହୋଇ ରହିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is the birth | Argus News