Videos
|
National

ଆଜି ୩ଟି ଏଆଇ - ଉତ୍କର୍ଷ କେନ୍ଦ୍ର ଘୋଷଣା କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଆଜି ୩ଟି ଏଆଇ - ଉତ୍କର୍ଷ କେନ୍ଦ୍ର ଘୋଷଣା କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଅର୍ଗସ ବ୍ୟୁରୋ :  ଆଜି ନୂଆଦିଲ୍ଲୀରେ ସ୍ବାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର ଉପରେ ୩ଟି ଏଆଇ - ଉତ୍କର୍ଷ କେନ୍ଦ୍ର ଘୋଷଣା କରିବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିକଶିତ ଭାରତ ର ସ୍ୱପ୍ନକୁ ସାକାର କରିବା ପାଇଁ ଏହି ତିନୋଟି ଉତ୍କର୍ଷ କେନ୍ଦ୍ରକୁ ଶୀର୍ଷ ଶିକ୍ଷାନୁଷ୍ଠାନ, ଶିଳ୍ପ ଅଂଶୀଦାର ଏବଂ ଷ୍ଟାର୍ଟଅପ୍ ମାନେ ନେତୃତ୍ୱ ପ୍ରଦାନ କରିବେ । ସେମାନେ ଆନ୍ତଃବିଭାଗୀୟ ଗବେଷଣା ସହ ଅତ୍ୟାଧୁନିକ ଆପ୍ଲିକେସନ୍ ବିକଶିତ କରିବେ ଏବଂ ଏହି ତିନୋଟି କ୍ଷେତ୍ରରେ ଅଧିକ ସମାଧାନ ସୃଷ୍ଟି କରିବେ। ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ଏକ ପ୍ରଭାବଶାଳୀ ଏଆଇ ଇକୋସିଷ୍ଟମକୁ ବିକଶିତ କରିବା ଏବଂ ଏହିସବୁ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଗୁଣାତ୍ମକ ମାନବ ସମ୍ବଳକୁ ପ୍ରସ୍ତୁତ କରିବା । ୨୦୨୩-୨୪ ବଜେଟ୍ ଘୋଷଣାର ପାରା ୬୦ ଅଧୀନରେ "ଭାରତରେ ଏଆଇ ତିଆରି କରିବା ଏବଂ ଭାରତ ପାଇଁ ଏଆଇ କାର୍ଯ୍ୟ କରିବା" ଲକ୍ଷ୍ୟର ଏକ ଅଂଶ ଭାବରେ ଏହି କେନ୍ଦ୍ରଗୁଡ଼ିକ ପ୍ରତିଷ୍ଠା କରିବାକୁ ଘୋଷଣା କରାଯାଇଥିଲା ।

ଅଧିକ ପଢନ୍ତୁ : ପ୍ରଧାନମନ୍ତ୍ରୀ ଇଣ୍ଟର୍ଣ୍ଣସିପ୍ ଯୋଜନା ପାଇଁ ଛାତ୍ରଛାତ୍ରୀଙ୍କ ବଢୁଛି ଆଗ୍ରହ

ତେଣୁ ଏହାକୁ ଦୃଷ୍ଟିରେ ରଖି ସରକାର ୨୦୨୩-୨୪ ଆର୍ଥିକ ବର୍ଷରୁ ୨୦୨୭-୨୮ ଆର୍ଥିକ ବର୍ଷ ମଧ୍ୟରେ ମୋଟ ୯୯୦.୦୦ କୋଟି ଟଙ୍କାର ଆର୍ଥିକ ବ୍ୟୟବରାଦ ସହିତ ତିନୋଟି ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ଗଠନ କୁ ମଞ୍ଜୁରୀ ଦେଇଛନ୍ତି। ଏହି ପଦକ୍ଷେପର କାର୍ଯ୍ୟକାରିତା ତଦାରଖ କରିବା ପାଇଁ ଜୋହୋ କର୍ପୋରେସନର ପ୍ରତିଷ୍ଠାତା ତଥା ସିଇଓ ଡ. ଶ୍ରୀଧର ଭେମ୍ବୁଙ୍କ ଅଧ୍ୟକ୍ଷତାରେ ଏକ ଶୀର୍ଷ କମିଟି ଗଠନ କରାଯାଇଛି। ଏଥିରେ ସଚିବ ଶ୍ରୀ କେ.ସଞ୍ଜୟ ମୂର୍ତ୍ତିଙ୍କ ସମେତ ଆଇଆଇଟିର ନିର୍ଦ୍ଦେଶକ, ଉଚ୍ଚ ଶିକ୍ଷାନୁଷ୍ଠାନର ମୁଖ୍ୟ, ଶିଳ୍ପନେତା, ଷ୍ଟାର୍ଟଅପ୍ ପ୍ରତିଷ୍ଠାତା ଏବଂ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଯୋଗଦେବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Union Education Minister to announce 3 AI-Excellence Centers today | Argus News