Videos
|
National

ଆଜିଠୁ 3 ଦିନିଆ ୟୁଏଇ ଗସ୍ତରେ ଯାଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Ritu Das
Browse all articles by Ritu Das
·2 years ago·1 min read
ଆଜିଠୁ 3 ଦିନିଆ ୟୁଏଇ ଗସ୍ତରେ ଯାଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ: ଆଜିଠୁ 3 ଦିନିଆ ୟୁଏଇ ଗସ୍ତରେ ଯାଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ଉଭୟ ଦେଶର ଶିକ୍ଷା ଓ ଦକ୍ଷତା ଉପରେ ହବେ ଗୁରୁତ୍ବପୂର୍ଣ୍ଣ ଆଲୋଚନା। ୟୁଏଇର ଅନେକ ପ୍ରମୁଖ ମନ୍ତ୍ରୀ, ଅଧିକାରୀ, ଶିକ୍ଷାବିତଙ୍କ ସମେତ ପ୍ରବାସୀ ଭାରତୀୟଙ୍କ ବିଶିଷ୍ଟ ପ୍ରତିନିଧି ଏବଂ ବ୍ୟବସାୟୀ ମୁଖ୍ୟମାନଙ୍କୁ ଭେଟିବା ସହ ଉଭୟ ଦେଶର ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। 

ପ୍ରଥମ ଦିନରେ କେନ୍ଦ୍ରମନ୍ତ୍ରୀ ୟୁଏଇର ଶିକ୍ଷା ମନ୍ତ୍ରୀ ଡ. ଅହମ୍ମଦ ବେଲହୋଲ ଅଲ୍ ଫଲାସୀ,  ପ୍ରାଥମିକ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ତଥା ଆବୁଧାବି ଶିକ୍ଷା ଓ ଜ୍ଞାନ ବିଭାଗର ଅଧ୍ୟକ୍ଷା ସାରା ମୁସଲ୍ଲମ ଏବଂ ୟୁଏଇର ବୈଦେଶିକ ମନ୍ତ୍ରୀ ଶେଖ୍ ଅବଦୁଲ୍ଲା ବିନ୍ ଜାୟେଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ଏହି ଦିନ ଆଇଆଇଟି ଦିଲ୍ଲୀ-ଆବୁଧାବୀର କ୍ୟାମ୍ପସ ପରିଦର୍ଶନ କରିବା ସହ ୪୨ ଆବୁଧାବୀ, ସ୍କୁଲ ଫର୍ ପ୍ରୋଗ୍ରେସିଭ୍ ଲର୍ଣ୍ଣିଂ ଅନୁଷ୍ଠାନକୁ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ । ଏହାବ୍ୟତିତ ଭାରତୀୟ ଦୂତାବାସ ଅଡିଟୋରିୟମରେ ୟୁଏଇର ଓଡ଼ିଆ ସମୁଦାୟଙ୍କୁ ଭେଟିବାର କାର୍ଯ୍ୟସୂଚି ରହିଛି । ସେହିପରି ନଭେମ୍ବର ୨ ରେ  ଆବୁଧାବୀର ଗ୍ଲୋବାଲ ଟେକ୍ ଇକୋସିଷ୍ଟମ୍ ହବ୍ ୭୧ ପରିଦର୍ଶନ କରିବା ପରେ ବିଏପିଏସ୍ ମନ୍ଦିର ଦର୍ଶନ କରିବେ ଧର୍ମେନ୍ଦ୍ର ପ୍ରଧାନ। ଦୁବାଇରେ ମ୍ୟାନେଜମେଣ୍ଟ କମ୍ପାନୀ ଇଏଫଏସ ପରିଦର୍ଶନ ସହ କମ୍ପାନୀର ପ୍ରଶିକ୍ଷଣ କେନ୍ଦ୍ର ବୁଲି ଦେଖିବେ। 

ଅଧିକ ପଢ଼ନ୍ତୁ ଭାରତ ଖବର
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: