Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଉପରାଷ୍ଟ୍ରପତି ନିର୍ବାଚନ: କିଏ ମାରିବ ବାଜି ?

Rashmita Mishra
Browse all articles by Rashmita Mishra
·10 months ago·2 min read
ଉପରାଷ୍ଟ୍ରପତି ନିର୍ବାଚନ: କିଏ ମାରିବ ବାଜି ?

Key Points

ଭାରତର ୧୭ ତମ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସଂସଦ ଭବନରେ ଭୋଟ୍ ଗ୍ରହଣ । ଏହି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସି.ପି. ରାଧାକୃଷ୍ଣନ ଏବଂ ଇଣ୍ଡି ମେଣ୍ଟ ପ୍ରାର୍ଥୀ ଜଷ୍ଟିସ୍ ବି. ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ହେଉଛି । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ ।

ଆଜି ଉପରାଷ୍ଟ୍ରପତି ନିର୍ବାଚନ । ଭାରତର ୧୭ ତମ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସଂସଦ ଭବନରେ ଭୋଟ୍ ଗ୍ରହଣ । ଏହି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସି.ପି. ରାଧାକୃଷ୍ଣନ ଏବଂ ଇଣ୍ଡି ମେଣ୍ଟ ପ୍ରାର୍ଥୀ ଜଷ୍ଟିସ୍ ବି. ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ହେଉଛି । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ । ୫୦ ଦିନ ପରେ ଜଗଦୀପ ଧନଖଡଙ୍କ ସ୍ଥାନରେ ଦେଶକୁ ମିଳିବ ନୂଆ ଉପରାଷ୍ଟ୍ରପତି । ସଂସଦ ଭବନ ପରିସରରେ ଆଜି ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ । ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି ପରେ ଫଳ ଘୋଷଣା କରାଯିବ। ମୈଦାନରେ ଅଛନ୍ତି ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍ ବନାମ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ ।

ତାମିଲନାଡ଼ୁର ରାଧାକ୍ରିଷ୍ଣନ୍ ଜଣେ ପୋଖତ ରାଜନେତା ତଥା ମହାରାଷ୍ଟ୍ର ରାଜ୍ୟପାଳ ହୋଇଥିବା ବେଳେ, ତେଲେଙ୍ଗାନାର ସୁଦର୍ଶନ ରେଡ୍ଡୀ ଜଣେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଏବଂ ଅଣରାଜନୈତିକ ବ୍ୟକ୍ତି । ଉପରାଷ୍ଟ୍ରପତି ନିର୍ବାଚନରେ କେବଳ ଲୋକସଭା ଓ ରାଜ୍ୟସଭାର ସାଂସଦ ହିଁ ଭୋଟ୍ ଦେଇପାରିବେ। ଉପରାଷ୍ଟ୍ରପତି ନିର୍ବାଚନରେ ୭୮୧ ସାଂସଦ ଭୋଟ୍ ଦେବେ । ବିଜେଡ଼ି ଓ ବିଆରଏସ୍‌ର ସାଂସଦ ଭୋଟ୍ ଦେଉନଥିବାରୁ ବିଜୟ ପାଇଁ ୩୮୬ ଜଣଙ୍କ ଭୋଟ୍ ଆବଶ୍ୟକ । ଏଭଳି କ୍ଷେତ୍ରରେ ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ବିଜୟୀ ହେବା ନିଶ୍ଚିତ ବୋଲି କୁହାଯାଉଛି ।

ତଥାପି ନିର୍ବାଚନରେ ଦଳୀୟ ହ୍ବିପ୍ କାମ କରୁନଥିବାରୁ କ୍ରସ୍ ଭୋଟିଂ ଆଶଙ୍କାକୁ ଏଡ଼ାଇ ଦିଆଯାଇନପାରେ । ସେପଟେ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ବିଜେଡି ସୁପ୍ରିମୋ ।


ସେପଟେ ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନି ବିଜେଡି । ଭୋଟ୍ ଦାନ ପ୍ରକ୍ରିୟାରୁ ବିରତି ରହିବ। ଭୋଟ୍ ସମୟରେ ଅନୁପସ୍ଥିତ ରହିବେ ବିଜେଡି ସାଂସଦ । ଏନ୍‌ଡିଏ ଓ ଇଣ୍ଡିଆ ବ୍ଲକ ଠାରୁ ସମଦୂରତା ରଖୁଛୁ ବୋଲି କହିଛନ୍ତି ବିଜେଡି ସଂସଦୀୟ ଦଳ ନେତା ସସ୍ମିତ ପାତ୍ର।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Vice President Election 2025: Who Will Win the Race? | Argus News | Argus News