Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଉପରାଷ୍ଟ୍ରପତି ନିର୍ବାଚନ।: ଭେଟିଂରେ ଭାଗ ନେବନି ବିଜଡ଼ି

Rashmita Mishra
Browse all articles by Rashmita Mishra
·10 months ago·1 min read
ଉପରାଷ୍ଟ୍ରପତି ନିର୍ବାଚନ।: ଭେଟିଂରେ ଭାଗ ନେବନି ବିଜଡ଼ି

Key Points

ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଅଛନ୍ତି ।

ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ। ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବନି ବିଜେଡି । ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଅଛନ୍ତି । ତେଣୁ ଚର୍ଚ୍ଚା ହେଉଛି ଦିଲ୍ଲୀରୁ ପ୍ରେସମିଟ୍ କରି ନବୀନ ଏ ସମ୍ପର୍କରେ ଘୋଷଣା କରିପାରନ୍ତି ।

ଜଗଦୀପ ଧନଖଡଙ୍କ ଇସ୍ତଫା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେଉଛି । ଯେଉଁଥିରେ ଏନଡିଏ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରିଥିବାବେଳେ, ବିରୋଧୀ ମେଣ୍ଟ ବି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି । ତେବେ ଗଲା କିଛି ଦିନ ଧରି ଚର୍ଚ୍ଚା ହେଉଥିଲା, ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଜଣାଇବ? ଆଉ ଶେଷରେ ବିଜେଡି ଏହି ନିର୍ବାଚନରେ ଭାଗ ନେବନି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି ।

ରାଜନୈତିକ ଦୃଷ୍ଟିକୋଣରୁ ଦେଖିଲେ, ବିଜେଡି ଯଦି ଏହି ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ କେଉଁଠି ନା କେଉଁଠି ବିଜେଡି-ବିଜେପି ଏକ ବୋଲି କଥା ଉଠିଥାନ୍ତା । ଏହାସହ ଯଦି ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ବିରୋଧ କରି ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ କେନ୍ଦ୍ରର ମୋଦୀ ସରକାରର ଟାର୍ଗେଟରେ ରହିଥାନ୍ତା । ହେଲେ ଏ ଦୁଇଟି ଯାକ କଥାକୁ ଛାଡ଼ି ବିଜେଡି ଏବେ ତୃତୀୟ ରାସ୍ତା ବାଛିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Vice President Election: BJD to Skip Voting | Argus News | Argus News