Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - କୋଲକାତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା

National

କୋଲକାତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା

Ritu Das
Browse all articles by Ritu Das
·1 year ago·1 min read
କୋଲକାତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା

ଅର୍ଗସ ବ୍ୟୁରୋ: କୋଲକାତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ତଦନ୍ତ କରିବ ସିବିଆଇ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ । ଏହି ମାମଲାରେ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ସିବିଆଇ ତଦନ୍ତ କରିବ । ତଦନ୍ତ କରି ୩ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ତୁରନ୍ତ ସମସ୍ତ ଡକ୍ୟୁମେଣ୍ଟ ସିବିଆଇକୁ ହସ୍ତାନ୍ତର ପାଇଁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, କୋଲକାତା ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ତେଜିବାରେ ଲାଗିଛି ପ୍ରତିବାଦ। ସାରା ଦେଶରେ ଡାକ୍ତରମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି। ବିଭିନ୍ନ ସ୍ଥାନରୁ ଆସିବାରେ ଲାଗିଛି ଡାକ୍ତରଙ୍କ ବିକ୍ଷୋଭ ପ୍ରଦର୍ଶନର ଦୃଶ୍ୟ। ଦିଲ୍ଲୀ, ମୁମ୍ୱାଇ, ଲକ୍ଷ୍ନୌ ଏବଂ ଜୟପୁରରେ ପ୍ରତିବାଦକୁ ଓହ୍ଲାଇଛନ୍ତି ଜୁନିୟର ଡାକ୍ତର। ଲଗାତାର ଦ୍ୱିତୀୟ ଦିନ ପାଇଁ ସାରା ଦେଶରେ ଡାକ୍ତରମାନେ ଧର୍ମଘଟ କରୁଛନ୍ତି। ଆଜି ସମଗ୍ର ଦେଶରେ ଓପିଡି ବନ୍ଦ ରହିଥିବା ସୂଚନା ରହିଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Woman doctor | Argus News