Videos
|
National

ମହିଳାଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି ସର୍ଭାଇକାଲ କ୍ୟାନସର

Smruti Parija
Browse all articles by Smruti Parija
·2 years ago·1 min read
ମହିଳାଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି ସର୍ଭାଇକାଲ କ୍ୟାନସର

ଅର୍ଗସ ବ୍ୟୁରୋ:  ଆଜି ବିଶ୍ୱ କର୍କଟ ଦିବସ । ଜାତିସଂଘ ଦ୍ୱାରା ପ୍ରତ୍ୟେକ ବର୍ଷ ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ଭାବେ ପାଳନ କରାଯାଏ । ୟୁନିୟନ୍ ଫର୍ ଇଣ୍ଟରନ୍ୟାସ୍‌ନାଲ୍ କ୍ୟାନସର କଣ୍ଟ୍ରୋଲ୍ (ୟୁଆଇସିଆଇ) ର ପ୍ରଚେଷ୍ଟାରେ ଏହି ଦିବସ ପାଳନ କରାଯାଏ । 

ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଭୁଲ୍ ସୂଚନା ଏବଂ ଅନ୍ଧବିଶ୍ୱାସକୁ ଦୂର କରିବା ସହ ସଚେତନତା ସୃଷ୍ଟି କରିବା । କ୍ୟାନ୍ସରରେ ଆକ୍ରାନ୍ତ ହୋଇଥିବା ରୋଗୀମାନଙ୍କୁ ସହଯୋଗର ହାତ ବଢ଼ାଇବା ପାଇଁ ବିଶ୍ୱ କ୍ୟାନ୍ସର ଦିବସ ଅବସରରେ ଅନେକ ପଦକ୍ଷେପ ଗ୍ରହଣ କରାଯାଇଥାଏ ।

ଠିକ୍ ସମୟରେ କର୍କଟ ରୋଗକୁ ଚିହ୍ନଟ କରି ଏହାର ଚିକିତ୍ସା କରାଗଲେ ଏହି ରୋଗରେ ପୀଡ଼ିତ ରୋଗୀ ସୁସ୍ଥ ହେବାର ଅଧିକ ସମ୍ଭାବନା ରହିଥିବା ଡାକ୍ତର କୁହନ୍ତି। କ୍ୟାନ୍ସର ରୋଗ ସମ୍ପର୍କରେ ସଚେତନ ହେବା ସହ ଲୋକଙ୍କୁ ସଚେତନ କରିବା ଦ୍ଵାରା ଜଣେ କ୍ୟାନ୍ସର ପୀଡ଼ିତ ରୋଗୀର ଜୀବନ ଧାରଣର ମାନକୁ ଉନ୍ନତ କରାଯାଇପାରିବ।

ତମାଖୁ ସେବନ, ମଦ୍ୟପାନ, ଖାଦ୍ୟ ପଦାର୍ଥରେ ରାସାୟନିକ ଦ୍ରବ୍ୟର ବ୍ୟବହାର ଏବଂ କିଛି ଭୂତାଣୁ ଜନିକ ସଂକ୍ରମଣରୁ କର୍କଟ ରୋଗର ଉତ୍ପତି ହୋଇଥାଏ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କ୍ୟାନ୍ସର ରୋଗ ବିଭିନ୍ନ ପ୍ରକାରର ରହିଛି। ରକ୍ତ କର୍କଟ, ମୁଣ୍ଡ ଓ ଗଳା କର୍କଟ, କୋଲୋରେକ୍ଟାଲ କର୍କଟ, ପ୍ରୋଷ୍ଟେଟ କର୍କଟ, ବୋନ କର୍କଟ, ସ୍ତନ କର୍କଟ, ବ୍ଲାଡର କର୍କଟ, ଗ୍ୟାଷ୍ଟ୍ରୋଇଣ୍ଟେଷ୍ଟିନାଲ କର୍କଟ, ଫୁସଫୁସ କର୍କଟ, ସର୍ଭାଇକାଲ କର୍କଟ, ଆଖି କର୍କଟ, ମୁଖ ଗହ୍ଵର କର୍କଟ, ଓଭାରିଆନ କର୍କଟ, ପାନକ୍ରିଆଟିକ୍ କର୍କଟ ଏବଂ ଜିଭରେ କର୍କଟ ଆଦି ଲୋଗରେ ଅଧିକାଂଶ ଲୋକ ପୀଡ଼ିତ ହେବା ସହ ଅନେକ ପ୍ରାଣ ମଧ୍ୟ ହରାଉଛନ୍ତି।

world-cancer-day | Argus News